ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. {ପଲେଷ୍ଟୀୟର ବିଚାର} [PS] ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। [QBR]
2. “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, [QBR] ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, [QBR] ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; [QBR] ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’ ” [QBR]
3. ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, [QBR] ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ [QBR] ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ; [QBR]
4. କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, [QBR] ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ [QBR] ଉଚ୍ଛିନ୍ନ କରିବାର ଦିନ ଆସୁଅଛି; [QBR] ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, [QBR] କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ। [PE][PS]
5. ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ? [QBR]
6. ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? [QBR] ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ। [QBR]
7. ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର ? [QBR] ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି। [PE]

Notes

No Verse Added

Total 52 Chapters, Current Chapter 47 of Total Chapters 52
ଯିରିମିୟ 47:63
1. {ପଲେଷ୍ଟୀୟର ବିଚାର} PS ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2. “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି,
ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ,
ନଗର ତନ୍ନିବାସୀମାନଙ୍କୁ ମଗ୍ନ କରିବ;
ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’ ”
3. ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ,
ରଥସମୂହର ବେଗ ଗମନରେ ଚକ୍ରର ଘର ଘର ଶବ୍ଦରେ
ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
4. କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର,
ସୋର ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ
ଉଚ୍ଛିନ୍ନ କରିବାର ଦିନ ଆସୁଅଛି;
ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର,
କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ। PEPS
5. ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ?
6. ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ?
ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ କ୍ଷାନ୍ତ ହୁଅ।
7. ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର ?
ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି। PE
Total 52 Chapters, Current Chapter 47 of Total Chapters 52
×

Alert

×

oriya Letters Keypad References