1. {#1ମୋୟାବର ବିଚାର } [PS]ମୋୟାବର ବିଷୟ। [PE][QS]ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, [QE][QS]“ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; [QE][QS]କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; [QE][QS]ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା। [QE]
2. [QS]ମୋୟାବର ପ୍ରଶଂସା ଆଉ ତ ନାହିଁ; [QE][QS]ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, [QE][QS]‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। [QE][QS]ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।’ [QE]
3. [QS]ହୋରୋନୟିମ ଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ ! [QE]
4. [QS]ମୋୟାବ ନଷ୍ଟ ହେଲା; [QE][QS]ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି। [QE]
5. [QS]କାରଣ ଲୂହୀତର ଉଠାଣି ପଥରେ ଲୋକମାନେ [QE][QS]କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; [QE][QS]ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ [QE][QS]ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। [QE]
6. [QS]ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ। [QE]
7. [QS]କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, [QE][QS]ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ [QE][QS]ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ। [QE]
8. [QS]ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; [QE][QS]ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ। [QE]
9. [QS]ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; [QE][QS]ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। [QE]
10. [QS]ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ [QE][QS]ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ। [QE]
11. [QS]ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, [QE][QS]ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି [QE][QS]ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; [QE][QS]ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।” [QE]
12. [QS]ଏହେତୁ ସଦାପ୍ରଭୁ କହନ୍ତି, [QE][QS]“ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, [QE][QS]ଆଉ ସେମାନେ ତାହାକୁ ଢାଳି ଦେବେ [QE][QS]ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, [QE][QS]ଏପରି ସମୟ ଆସୁଅଛି। [QE]
13. [PS]ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ। [QE]
14. [QS]‘ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ [QE][QS]ଏହା ତୁମ୍ଭେମାନେ କିପରି କହୁଅଛ ? [QE]
15. [QS]ମୋୟାବ ଉତ୍ସନ୍ନ ହୋଇଅଛି [QE][QS]ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, [QE][QS]ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, [QE][QS]ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି। [QE]
16. [QS]ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି। [QE]
17. [QS]ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, [QE][QS]ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, [QE][QS]ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!” [QE]
18. [QS]ହେ ଦୀବୋନ୍ ନିବାସିନୀ କନ୍ୟେ, [QE][QS]ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; [QE][QS]କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, [QE][QS]ସେ ତୁମ୍ଭର ଦୃଢ଼ ଦୁର୍ଗ ସବୁ ନଷ୍ଟ କରିଅଛି। [QE]
19. [QS]ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; [QE][QS]ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; “କଅଣ କରାଯାଇଅଛି କୁହ ?” [QE]
20. [QS]ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; [QE][QS]ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; [QE][QS]ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର। [QE]
21. [QS]ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ, [QE]
22. [QS]ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, [QE][QS]ଯହସ ଓ ମେଫାତ୍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ: [QE]
23. [QS]କିରୀୟାଥୟିମ, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍; [QE]
24. [QS]କରୀୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ [QE][QS]ବିଚାରଦଣ୍ଡ ଉପସ୍ଥିତ ହୋଇଅଛି। [QE]
25. [PS]ସଦାପ୍ରଭୁ କହନ୍ତି, “ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
26. ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
27. ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା ? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା ? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ। [QE]
28. [QS]ହେ ମୋୟାବ ନିବାସୀଗଣ, [QE][QS]ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର [QE][QS]ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ। [QE]
29. [QS]ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, [QE][QS]ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ [QE][QS]ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।” [QE]
30. [PS]ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
31. ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।” [QE]
32. [PS]ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା [QE][QS]ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; [QE][QS]ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, [QE][QS]ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; [QE][QS]ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ [QE][QS]ବିନାଶକ ଉପସ୍ଥିତ ହେଲା। [QE]
33. [QS]ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; [QE][QS]ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; [QE][QS]କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ। [QE]
34. [QS]ହିଷ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, [QE][QS]ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, [QE][QS]ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାରଶବ୍ଦ ଉଠାଇଅଛନ୍ତି; [QE][QS]କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ। [QE]
35. [PS]ଆହୁରି, ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
36. ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
37. କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।” [QE]
38. [PS]ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ। [QE]
39. [QS]ସେ କିପରି ଭଗ୍ନ ହୋଇଅଛି ! ଲୋକେ କିପରି ବିଳାପ କରୁଅଛନ୍ତି ! [QE][QS]ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି ! [QE][QS]ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର [QE][QS]ହାସ୍ୟାସ୍ପଦ ଓ ଭୟ ସ୍ଥାନ ହେବ।” [QE]
40. [QS]କାରଣ ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ [QE][QS]ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।” [QE]
41. [QS]କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, [QE][QS]ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ [QE][QS]ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ। [QE]
42. [QS]ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, [QE][QS]କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। [QE]
43. [QS]ସଦାପ୍ରଭୁ କହନ୍ତି, [QE][QS]“ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି। [QE]
44. [QS]ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ [QE][QS]ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” [QE][QS]କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, [QE][QS]ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।” [QE]
45. [QS]ଯେଉଁମାନେ ପଳାଇ ଗଲେ, [QE][QS]ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; [QE][QS]କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ [QE][QS]ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି। [QE]
46. [QS]ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର ! କମୋଶର ଲୋକମାନେ ବିନଷ୍ଟ ହେଲେ; [QE][QS]କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ। [QE]
47. [QS]ତଥାପି ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି। [QE]