1. {ମୋୟାବର ବିଚାର} PS ମୋୟାବର ବିଷୟ।
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା। |
2. ମୋୟାବର ପ୍ରଶଂସା ଆଉ ତ ନାହିଁ;
ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।’ |
5. କାରଣ ଲୂହୀତର ଉଠାଣି ପଥରେ ଲୋକମାନେ
କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। |
7. କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ,
ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ। |
8. ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ;
ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ। |
9. ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ;
ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। |
10. ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ
ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ। |
11. ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି,
ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।” |
12. ଏହେତୁ ସଦାପ୍ରଭୁ କହନ୍ତି,
“ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। PEPS |
13. ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
|
15. ମୋୟାବ ଉତ୍ସନ୍ନ ହୋଇଅଛି
ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି। |
17. ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ,
ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!” |
18. ହେ ଦୀବୋନ୍ ନିବାସିନୀ କନ୍ୟେ,
ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗ ସବୁ ନଷ୍ଟ କରିଅଛି। |
19. ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର;
ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; “କଅଣ କରାଯାଇଅଛି କୁହ ?” |
20. ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି;
ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର। |
26. ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
|
27. ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା ? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା ? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
|
28. ହେ ମୋୟାବ ନିବାସୀଗଣ,
ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ। |
29. ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା,
ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।” PEPS |
30. ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
|
31. ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।” PEPS
|
32. ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା
ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା। |
33. ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି;
ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ। |
34. ହିଷ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ,
ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାରଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ। PEPS |
35. ଆହୁରି, ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
|
36. ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
|
37. କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।” PEPS
|
38. ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
|
39. ସେ କିପରି ଭଗ୍ନ ହୋଇଅଛି ! ଲୋକେ କିପରି ବିଳାପ କରୁଅଛନ୍ତି !
ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି ! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟ ସ୍ଥାନ ହେବ।” |
40. କାରଣ ସଦାପ୍ରଭୁ ଏହି କଥା କହନ୍ତି,
“ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।” |
41. କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା,
ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ। |
42. ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ,
କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। |
44. ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ
ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।” |
45. ଯେଉଁମାନେ ପଳାଇ ଗଲେ,
ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି। |
46. ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର ! କମୋଶର ଲୋକମାନେ ବିନଷ୍ଟ ହେଲେ;
କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ। |
47. ତଥାପି ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି। PE
|