1. {ବାବିଲର ବିଚାର} PS ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
|
2. “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ;
ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’ |
3. କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି,
ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।” PS |
4. {ଇସ୍ରାଏଲର ପ୍ରତ୍ୟାବର୍ତ୍ତନ} PS ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ
ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। |
5. ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ,
‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ |
6. ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି,
ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି। |
7. ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି
ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି। |
8. ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ
ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ୱରୂପ ହୁଅ। |
9. କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ
ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ। |
10. ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,”
ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। |
11. “ହେ ଆମ୍ଭର ଅଧିକାର ଅପହରଣକାରୀମାନେ,
ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ; |
12. ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ;
ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ। |
13. ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ,
ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବ। |
14. ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ,
ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। |
15. ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି;
ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର। |
16. ତୁମ୍ଭେମାନେ ବାବିଲରୁ ବୀଜବାପକକୁ
ଓ ଶସ୍ୟ ସଂଗ୍ରହ ସମୟରେ ଦା’ ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରି ଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ। |
17. ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି;
ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। PEPS |
18. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,
“ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା। |
19. ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା
ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।” |
20. ସଦାପ୍ରଭୁ କହନ୍ତି,
“ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।” |
21. ସଦାପ୍ରଭୁ କହନ୍ତି,
“ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।” |
24. ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ,
ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।” |
25. ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ
ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି। |
26. ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ,
ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। |
27. ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ;
ସେମାନେ ସନ୍ତାପର ପାତ୍ର ! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା। |
28. ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ,
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ। |
29. “ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ
ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।” |
30. ଏହେତୁ ସଦାପ୍ରଭୁ କହନ୍ତି,
“ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।” |
31. ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। |
32. ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ
ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।” |
33. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,
“ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି; |
34. (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ;
ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।” |
35. ସଦାପ୍ରଭୁ କହନ୍ତି,
“କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି। |
36. ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ;
ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ। |
37. ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ
ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ। |
38. ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ;
କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି। |
39. ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ
ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।” |
40. ସଦାପ୍ରଭୁ କହନ୍ତି,
“ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। |
41. ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି
ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ। |
42. ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ;
ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି। |
43. ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି
ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି। |
44. ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି
ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ? |
45. ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା
ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ। |