1. {#1ବାବିଲର ବିଚାର }
2. [PS]ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା। [PE][QS]“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; [QE][QS]ପ୍ରଚାର କର ଓ ଗୋପନ ନ କରି କୁହ, [QE][QS]‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍ ବିସ୍ମିତ ହେଲା; [QE][QS]ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’ [QE]
3. [QS]କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, [QE][QS]ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; [QE][QS]ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।” [QE]
4. {#1ଇସ୍ରାଏଲର ପ୍ରତ୍ୟାବର୍ତ୍ତନ } [PS]ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ [QE][QS]ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; [QE][QS]ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ [QE][QS]ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। [QE]
5. [QS]ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, [QE][QS]‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା [QE][QS]ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ [QE]
6. [QS]ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, [QE][QS]ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, [QE][QS]ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; [QE][QS]ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, [QE][QS]ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି। [QE]
7. [QS]ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି [QE][QS]ଓ ସେମାନଙ୍କର ବିପକ୍ଷମାନେ କହିଲେ, [QE][QS]‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, [QE][QS]ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି। [QE]
8. [QS]ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ [QE][QS]ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, [QE][QS]ପୁଣି ପଲର ଅଗ୍ରଗାମୀ ଛାଗସ୍ୱରୂପ ହୁଅ। [QE]
9. [QS]କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ [QE][QS]ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି [QE][QS]ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; [QE][QS]ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; [QE][QS]ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; [QE][QS]ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, [QE][QS]କୌଣସି ତୀର ବିଫଳ ହେବ ନାହିଁ। [QE]
10. [QS]ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,” [QE][QS]ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। [QE]
11. [QS]“ହେ ଆମ୍ଭର ଅଧିକାର ଅପହରଣକାରୀମାନେ, [QE][QS]ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, [QE][QS]ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ [QE][QS]ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ; [QE]
12. [QS]ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; [QE][QS]ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; [QE][QS]ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, [QE][QS]ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ। [QE]
13. [QS]ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, [QE][QS]ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; [QE][QS]ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, [QE][QS]ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବ। [QE]
14. [QS]ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, [QE][QS]ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; [QE][QS]କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; [QE][QS]କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। [QE]
15. [QS]ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; [QE][QS]ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; [QE][QS]କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; [QE][QS]ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର। [QE]
16. [QS]ତୁମ୍ଭେମାନେ ବାବିଲରୁ ବୀଜବାପକକୁ [QE][QS]ଓ ଶସ୍ୟ ସଂଗ୍ରହ ସମୟରେ ଦା’ ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, [QE][QS]ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ [QE][QS]ଆପଣା ଆପଣା ଲୋକଙ୍କ ନିକଟକୁ ଫେରି ଯିବେ [QE][QS]ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ। [QE]
17. [QS]ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; [QE][QS]ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; [QE][QS]ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର [QE][QS]ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। [QE]
18. [PS]ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, [QE][QS]“ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, [QE][QS]ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା। [QE]
19. [QS]ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା [QE][QS]ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ [QE][QS]ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।” [QE]
20. [QS]ସଦାପ୍ରଭୁ କହନ୍ତି, [QE][QS]“ସେହି ଦିନରେ ଓ ସେହି ସମୟରେ [QE][QS]ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ [QE][QS]ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। [QE][QS]କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।” [QE]
21. [QS]ସଦାପ୍ରଭୁ କହନ୍ତି, [QE][QS]“ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ [QE][QS]ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; [QE][QS]ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର [QE][QS]ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।” [QE]
22. [QS]ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି। [QE]
23. [QS]ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! [QE][QS]ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି ! [QE]
24. [QS]ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, [QE][QS]ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, [QE][QS]ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।” [QE]
25. [QS]ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ [QE][QS]ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ [QE][QS]ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି। [QE]
26. [QS]ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, [QE][QS]ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; [QE][QS]ତାହାର କିଛି ଅବଶିଷ୍ଟ ରଖ ନାହିଁ। [QE]
27. [QS]ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; [QE][QS]ସେମାନେ ସନ୍ତାପର ପାତ୍ର ! କାରଣ ସେମାନଙ୍କର ଦିନ, [QE][QS]ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା। [QE]
28. [QS]ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, [QE][QS]ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, [QE][QS]ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ [QE][QS]ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ। [QE]
29. [QS]“ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ [QE][QS]ବାବିଲ ବିରୁଦ୍ଧରେ ଏକତ୍ର ଡାକ; [QE][QS]ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; [QE][QS]ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; [QE][QS]ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; [QE][QS]ସେ ଯେପରି କରିଅଛି, ତାହା ପ୍ରତି ସେପରି କର; [QE][QS]କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ [QE][QS]ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।” [QE]
30. [QS]ଏହେତୁ ସଦାପ୍ରଭୁ କହନ୍ତି, [QE][QS]“ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ [QE][QS]ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।” [QE]
31. [QS]ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, [QE][QS]“ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, [QE][QS]ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। [QE]
32. [QS]ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ [QE][QS]ଓ କେହି ତାହାକୁ ଉଠାଇବ ନାହିଁ; [QE][QS]ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା [QE][QS]ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।” [QE]
33. [QS]ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି [QE][QS]ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, [QE][QS]ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; [QE][QS]ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି; [QE]
34. [QS](ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; [QE][QS]ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, [QE][QS]ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ [QE][QS]ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।” [QE]
35. [QS]ସଦାପ୍ରଭୁ କହନ୍ତି, [QE][QS]“କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, [QE][QS]ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି। [QE]
36. [QS]ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; [QE][QS]ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ। [QE]
37. [QS]ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ [QE][QS]ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, [QE][QS]ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; [QE][QS]ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ। [QE]
38. [QS]ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; [QE][QS]କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, [QE][QS]ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି। [QE]
39. [QS]ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ [QE][QS]ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; [QE][QS]ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ [QE][QS]ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।” [QE]
40. [QS]ସଦାପ୍ରଭୁ କହନ୍ତି, [QE][QS]“ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ [QE][QS]ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, [QE][QS]ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, [QE][QS]କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। [QE]
41. [QS]ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି [QE][QS]ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ। [QE]
42. [QS]ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; [QE][QS]ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; [QE][QS]ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ [QE][QS]ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି। [QE]
43. [QS]ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି [QE][QS]ଓ ତାହାର ହସ୍ତ ଦୁର୍ବଳ ହୁଏ; [QE][QS]ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି। [QE]
44. [QS]ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି [QE][QS]ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; [QE][QS]ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; [QE][QS]ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; [QE][QS]କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ [QE][QS]ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ? [QE]
45. [QS]ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା [QE][QS]ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; [QE][QS]ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; [QE][QS]ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ। [QE]
46. [QS]ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି [QE][QS]ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।” [QE]