1. {#1ଯିରୂଶାଲମର ଆସନ୍ନ ବିପଦ } [QS]ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, [QE][QS]ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; [QE][QS]କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। [QE]
2. [QS]ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା। [QE]
3. [QS]ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; [QE][QS]ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; [QE][QS]ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ। [QE]
4. [QS]ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; [QE][QS]ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, [QE][QS]ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। [QE]
5. [QS]ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ। [QE]
6. [QS]କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, [QE][QS]“ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; [QE][QS]ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ। [QE]
7. [QS]ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; [QE][QS]ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; [QE][QS]ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ। [QE]
8. [QS]ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, [QE][QS]ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଛିନ୍ନ ହେବ [QE][QS]ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।” [QE]
9. [QS]ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, [QE][QS]“ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; [QE][QS]ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।” [QE]
10. [QS]ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? [QE][QS]ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି[* ବନ୍ଦ ଅଛି ବାସ୍ତବରେ ଅସୁନ୍ନତ ] ଓ ସେମାନେ ଶୁଣି ପାରନ୍ତି ନାହିଁ; [QE][QS]ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; [QE][QS]ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ। [QE]
11. [QS]ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; [QE][QS]ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; [QE][QS]ସଡ଼କରେ ବାଳକମାନଙ୍କ ଉପରେ [QE][QS]ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; [QE][QS]କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ। [QE]
12. [QS]ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର [QE][QS]ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; [QE][QS]କାରଣ ସଦାପ୍ରଭୁ କହନ୍ତି, [QE][QS]“ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା। [QE]
13. [QS]ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ [QE][QS]ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; [QE][QS]ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି। [QE]
14. [QS]ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି [QE][QS]ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। [QE]
15. [QS]ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ ? [QE][QS]ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; [QE][QS]ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; [QE][QS]ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।” [QE]
16. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, [QE][QS]ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; [QE][QS]ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” [QE][QS]ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।” [QE]
17. [QS]ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ [QE][QS]ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ [QE]
18. [QS]ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, [QE][QS]ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। [QE]
19. [QS]ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, [QE][QS]ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, [QE][QS]କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି [QE][QS]ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି। [QE]
20. [QS]ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? [QE][QS]ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, [QE][QS]କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ। [QE]
21. [QS]ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; [QE][QS]ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; [QE][QS]ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।” [QE]
22. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି [QE][QS]ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। [QE]
23. [QS]ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; [QE][QS]ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; [QE][QS]ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ [QE][QS]ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।” [QE]
24. [QS]ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; [QE][QS]ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି। [QE]
25. [QS]ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; [QE][QS]କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି। [QE]
26. [QS]ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; [QE][QS]ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; [QE][QS]କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ। [QE]
27. [QS]ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, [QE][QS]ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ୱରୂପ କରିଅଛୁ। [QE]
28. [QS]ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; [QE][QS]ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ। [QE]
29. [QS]ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; [QE][QS]ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; [QE][QS]କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। [QE]
30. [QS]ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, [QE][QS]ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ। [QE]