1. [QS]ଆଃ, ଯେବେ ମୋହର ମସ୍ତକ ଜଳମୟ [QE][QS]ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, [QE][QS]ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି ! [QE]
2. [QS]ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, [QE][QS]ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! [QE][QS]କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ। [QE]
3. [QS]ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; [QE][QS]ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; [QE][QS]କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, [QE][QS]“ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି। [QE]
4. [QS]ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ [QE][QS]ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; [QE][QS]କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ [QE][QS]ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ। [QE]
5. [QS]ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ [QE][QS]ଓ ସତ୍ୟ କଥା କହିବେ ନାହିଁ; [QE][QS]ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; [QE][QS]ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି। [QE]
6. [QS]ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; [QE][QS]ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” [QE]
7. [QS]ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; [QE][QS]କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ? [QE]
8. [QS]ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; [QE][QS]ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।” [QE]
9. [QS]ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? [QE][QS]ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?” [QE]
10. [QS]ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର [QE][QS]ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, [QE][QS]କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; [QE][QS]ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; [QE][QS]ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି। [QE]
11. [QS]ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; [QE][QS]ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା। [QE]
12. [QS]ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି ? [QE][QS]ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ ? [QE][QS]ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, [QE][QS]କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ ? [QE]
13. [PS]ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
14. ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।” [QE]
15. [PS]ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
16. ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।” [QE]
17. [QS]ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ [QE][QS]ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; [QE]
18. [QS]ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ [QE][QS]ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, [QE][QS]ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।” [QE]
19. [QS]କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, [QE][QS]ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! [QE][QS]ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ [QE][QS]ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ। [QE]
20. [QS]ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ [QE][QS]ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, [QE][QS]ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର [QE][QS]ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। [QE]
21. [QS]କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି [QE][QS]ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; [QE][QS]ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ। [QE]
22. [QS]କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି [QE][QS]ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, [QE][QS]କେହି ସେସବୁକୁ ସଂଗ୍ରହ କରିବେ ନାହିଁ।” [QE]
23. [QS]ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, [QE][QS]କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; [QE]
24. [QS]ମାତ୍ର ଯେବେ କେହି ଦର୍ପ କରେ, [QE][QS]ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; [QE][QS]ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, [QE][QS]କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।” [QE]
25. [PS]ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
26. ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ[* ଅସୁନ୍ନତ ଅର୍ଥାତ୍ ନିୟମ ପାଳନ କଲେ ନାହିଁ ], ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।” [QE]