ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. {#1ଆୟୁବ - ଈଶ୍ୱର ତାହା କରିଅଛନ୍ତି } [PS]ତହୁଁ ଆୟୁବ ଉତ୍ତର କରି କହିଲା,
2. “ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
3. ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ ?
4. ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
5. ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
6. ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
7. ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
8. ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
9. ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ ?
10. ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
11. ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କ’ଣ କଥାର ପରୀକ୍ଷା ନ କରେ ?
12. ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
13. ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
14. ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
15. ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
16. ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
17. ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯା’ନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
18. ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
19. ସେ ଯାଜକମାନଙ୍କୁ ଲୁଟିତ କରି ନେଇଯା’ନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
20. ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
21. ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
22. ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
23. ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
24. ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
25. ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି। [PE]
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 42
ଆୟୁବ - ଈଶ୍ୱର ତାହା କରିଅଛନ୍ତି 1 ତହୁଁ ଆୟୁବ ଉତ୍ତର କରି କହିଲା, 2 “ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ। 3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ ? 4 ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି। 5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ। 6 ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି। 7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ; 8 ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ। 9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ ? 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି। 11 ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କ’ଣ କଥାର ପରୀକ୍ଷା ନ କରେ ? 12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ। 13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି। 14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ। 15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ। 16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର। 17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯା’ନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି। 18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି। 19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯା’ନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି। 20 ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି। 21 ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି। 22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି। 23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି। 24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି। 25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 42
×

Alert

×

Oriya Letters Keypad References