5. ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ ?
|
6. ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
|
12. ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
|
13. ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋ’ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ !
|
14. ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କ’ଣ ସେ ପୁନର୍ବାର ବଞ୍ଚିବ ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।
|
20. ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; * ଚାଲିଯାଏ; ମରିଯାଏ ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।
|
21. ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
|