ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
2. “ଜ୍ଞାନୀ ଲୋକ କ’ଣ ଅସାର ଜ୍ଞାନରେ ଉତ୍ତର ଦେବ ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ ?
3. ସେ କ’ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ ?
4. ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
5. କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
6. ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
7. ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କ’ଣ ପ୍ରଥମଜାତ ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କ’ଣ ଉତ୍ପନ୍ନ ହୋଇଥିଲ ?
8. ତୁମ୍ଭେ କ’ଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ ? ଓ ତୁମ୍ଭେ କ’ଣ ଜ୍ଞାନ ଆତ୍ମସାତ୍‍ କରୁଅଛ ?
9. ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ ?
10. ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
11. ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୁପ ?
12. ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ
13. ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ ?
14. ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?
15. ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
16. ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
17. ମୁଁ ତୁମ୍ଭକୁ ଦେଖାଇବି, ମୋ’ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18. ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
19. କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20. ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ।
21. ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
22. ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;
23. ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
24. ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
25. କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
26. ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
27. ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
28. ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।
29. ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ।
30. ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ବରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ। [* ସେ ଉଡ଼ିଯିବ। ଅର୍ଥାତ୍ ସେ ମରିଯିବ]
31. ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
32. ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ।
33. ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
34. କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
35. ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ। [PE]

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 42
ଆୟୁବ ପୁସ୍ତକ 15:4
1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, 2 “ଜ୍ଞାନୀ ଲୋକ କ’ଣ ଅସାର ଜ୍ଞାନରେ ଉତ୍ତର ଦେବ ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ ? 3 ସେ କ’ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ ? 4 ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ। 5 କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ। 6 ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି। 7 ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କ’ଣ ପ୍ରଥମଜାତ ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କ’ଣ ଉତ୍ପନ୍ନ ହୋଇଥିଲ ? 8 ତୁମ୍ଭେ କ’ଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ ? ଓ ତୁମ୍ଭେ କ’ଣ ଜ୍ଞାନ ଆତ୍ମସାତ୍‍ କରୁଅଛ ? 9 ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ ? 10 ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି। 11 ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୁପ ? 12 ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ 13 ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ ? 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ? 15 ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ। 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ ! 17 ମୁଁ ତୁମ୍ଭକୁ ଦେଖାଇବି, ମୋ’ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି; 18 ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି; 19 କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ; 20 ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ। 21 ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ; 22 ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ; 23 ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ। 24 ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ; 25 କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି; 26 ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ; 27 ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା; 28 ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା। 29 ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ। 30 ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ବରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ। [* ସେ ଉଡ଼ିଯିବ। ଅର୍ଥାତ୍ ସେ ମରିଯିବ] 31 ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ। 32 ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ। 33 ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ। 34 କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ। 35 ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 42
Common Bible Languages
West Indian Languages
×

Alert

×

oriya Letters Keypad References