4. ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା’ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।
|
5. ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋ’ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା।
|
8. ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋ’ କ୍ଷୀଣତା ମୋ’ ପ୍ରତିକୂଳରେ ଉଠି ମୋ’ ମୁଖ ଆଗରେ ସାକ୍ଷ୍ୟ ଦିଏ।
|
9. ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ’ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ’ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।
|
10. ସେମାନେ ମୋ’ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋ’ ଗାଲରେ ମାରିଅଛନ୍ତି; ସେମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।
|
12. ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ’ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।
|
13. ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।
|