ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. {#1ଆୟୁବ - ମୋହର ଭରସା କାହିଁ ? } [PS]ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି।
2. ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି।
3. ହେ ପରମେଶ୍ଵର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ’ ପାଇଁ ଲଗା ହୁଏ; ଆଉ କିଏ ମୋ’ ହାତରେ ହାତ ଦେବ ?
4. କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
5. ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
6. ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
7. ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
8. ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।
9. ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
10. ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
11. ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
12. ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
13. ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
14. ଯଦି ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
15. ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ?
16. ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ। [PE]
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 42
ଆୟୁବ - ମୋହର ଭରସା କାହିଁ ? 1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି। 2 ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି। 3 ହେ ପରମେଶ୍ଵର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ’ ପାଇଁ ଲଗା ହୁଏ; ଆଉ କିଏ ମୋ’ ହାତରେ ହାତ ଦେବ ? 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ। 5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ। 6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି। 7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି। 8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ। 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ। 10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ। 11 ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା। 12 ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି। 13 ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 14 ଯଦି ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ; 15 ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ? 16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 42
×

Alert

×

Oriya Letters Keypad References