ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {ବିଲ୍‍ଦଦ୍‍ - ଦୁଷ୍ଟ ପ୍ରତି ଈଶ୍ୱରଙ୍କ ପ୍ରହାର } [PS]ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, “ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ ?
2. ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।
3. ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ ?
4. କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ?
5. ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
6. ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
7. ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
8. ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
9. ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ।
10. ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
11. ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
12. ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।
13. ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
14. ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
15. ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
16. ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
17. ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।
18. ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।
19. ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ।
20. ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।
21. ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।” [PE]

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 42
1 {ବିଲ୍‍ଦଦ୍‍ - ଦୁଷ୍ଟ ପ୍ରତି ଈଶ୍ୱରଙ୍କ ପ୍ରହାର } ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, “ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ ? 2 ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା। 3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ ? 4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ? 5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ। 6 ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ। 7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ। 8 ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ। 9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ। 10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି। 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ। 12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ। 13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ। 14 ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ। 15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ। 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ। 17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ। 18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ। 19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ। 20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ। 21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 42
×

Alert

×

Oriya Letters Keypad References