3. ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋ’ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
|
7. ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ।
|
11. ମଧ୍ୟ ସେ ମୋ’ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
|
12. ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋ’ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋ’ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।
|
13. ସେ ମୋହର ଜ୍ଞାତିମାନଙ୍କୁ ମୋ’ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।
|
21. ହେ ମୋହର ମିତ୍ରମାନେ, ମୋ’ ପ୍ରତି ଦୟା କର, ମୋ’ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
|
26. ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ * ମାଂସବିହୀନ କିମ୍ବା ମାଂସରେ ହୋଇ ପରମେଶ୍ୱରଙ୍କୁ ଦେଖିବି;
|
27. ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
|
29. ତେବେ ତୁମ୍ଭେମାନେ ଖଡ୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ। PE
|