8. ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।
|
13. ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ * ପ୍ରକୃତରେ ସିଓଲ୍ ଶବ୍ଦର ଅର୍ଥ ମୃତ୍ୟୁମାନଙ୍କର ସ୍ଥାନ କିଅବା କବରକୁ ଓହ୍ଲାଇ ଯା’ନ୍ତି।
|
14. ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
|
15. ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା ?’
|
17. କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି ?
|
19. ତୁମ୍ଭେମାନେ କହୁଅଛ, ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି। ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।
|
21. କାରଣ ମଧ୍ୟଭାଗରୁ ତାହାର ମାସସଂଖ୍ୟା କଟା ଗଲେ, † ଅର୍ଥାତ୍ ସେ ମଲେ ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ ?
|
33. ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ।
|