1. କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ ?
|
5. ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।
|
11. ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।
|
12. ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
|
13. ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
|
15. ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।
|
18. ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।
|
20. ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ।
|
23. ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।
|
24. ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯା’ନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯା’ନ୍ତି।
|
25. ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ ?” PE
|