ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ତହିଁରେ ଆୟୁବ ଉତ୍ତର କରି କହିଲା,
2. “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ !
3. ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !”
4. ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ?
5. ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
6. ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର [* ବିନାଶ ସ୍ଥାନର ଏବ୍ରୀରେ ଅବଦ୍ଦୋନ୍‍ର] କୌଣସି ଆବରଣ ନାହିଁ।
7. ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
8. ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକୁ ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
9. ସେ ଆପଣା ସିଂହାସନର [† ସିଂହାସନର କିମ୍ବା ଚନ୍ଦ୍ରର] ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
10. ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
11. ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
12. ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
13. ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
14. ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?” [PE]

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 42
ଆୟୁବ ପୁସ୍ତକ 26:32
1 ତହିଁରେ ଆୟୁବ ଉତ୍ତର କରି କହିଲା, 2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ ! 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !” 4 ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ? 5 ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର [* ବିନାଶ ସ୍ଥାନର ଏବ୍ରୀରେ ଅବଦ୍ଦୋନ୍‍ର] କୌଣସି ଆବରଣ ନାହିଁ। 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକୁ ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। 9 ସେ ଆପଣା ସିଂହାସନର ସିଂହାସନର କିମ୍ବା ଚନ୍ଦ୍ରର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। 11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି। 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। 13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?”
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 42
Common Bible Languages
West Indian Languages
×

Alert

×

oriya Letters Keypad References