ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।
2. ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।
3. ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।
4. ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।
5. ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।
6. ତହିଁର ପ୍ରସ୍ତର ନୀଳକାନ୍ତ ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।
7. କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
8. ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
9. ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍‍ଟାଇ ପକାଏ।
10. ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।
11. ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
12. ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ ? ଓ ବୁଦ୍ଧିର ସ୍ଥାନ କାହିଁ ?
13. ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
14. ବାରିଧି କହେ, ତାହା ମୋ’ଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋ’ଠାରେ ନାହିଁ।
15. ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
16. ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତ ମଣି ଦ୍ୱାରା ନୁହେଁ।
17. ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
18. ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।
19. କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
20. ତେବେ ଜ୍ଞାନ କେଉଁଠାରୁ ଆସେ ? ଓ ବୁଦ୍ଧିର ସ୍ଥାନ କାହିଁ ?
21. ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
22. ବିନାଶ ଓ ମୃତ୍ୟୁୁ କହନ୍ତି, ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।
23. ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।
24. କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
25. ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।
26. ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ;
27. ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।
28. ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’ ” [PE]

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 42
ଆୟୁବ ପୁସ୍ତକ 28:27
1 ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି। 2 ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ। 3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ। 4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି। 5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ। 6 ତହିଁର ପ୍ରସ୍ତର ନୀଳକାନ୍ତ ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ। 7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ; 8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ। 9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍‍ଟାଇ ପକାଏ। 10 ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ। 11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ। 12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ ? ଓ ବୁଦ୍ଧିର ସ୍ଥାନ କାହିଁ ? 13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ। 14 ବାରିଧି କହେ, ତାହା ମୋ’ଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋ’ଠାରେ ନାହିଁ। 15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ। 16 ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତ ମଣି ଦ୍ୱାରା ନୁହେଁ। 17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ। 18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ। 19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ। 20 ତେବେ ଜ୍ଞାନ କେଉଁଠାରୁ ଆସେ ? ଓ ବୁଦ୍ଧିର ସ୍ଥାନ କାହିଁ ? 21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି। 22 ବିନାଶ ଓ ମୃତ୍ୟୁୁ କହନ୍ତି, ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ। 23 ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି। 24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି 25 ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି। 26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ; 27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ। 28 ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’ ”
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 42
Common Bible Languages
West Indian Languages
×

Alert

×

oriya Letters Keypad References