ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {#1ଆୟୁବଙ୍କ ଶେଷ ଅଭିଯୋଗ } [PS]ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2. “ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥା’ନ୍ତି;
3. ସେତେବେଳେ ତାହାଙ୍କ ପ୍ରଦୀପ ମୋ’ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
4. ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ’ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
5. ସେତେବେଳେ ସର୍ବଶକ୍ତିମାନ ପରମେଶ୍ଵର ମୋ’ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋ’ ଚତୁଃପାର୍ଶ୍ୱରେ ଥିଲେ;
6. ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋ’ ପାଇଁ ତୈଳ-ନଦୀ ବହାଇଲା।
7. ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
8. ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।
9. ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
10. କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
11. କାରଣ କର୍ଣ୍ଣ ମୋ’ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋ’ ପକ୍ଷରେ ସାକ୍ଷ୍ୟ ଦେଲା;
12. ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13. ନଷ୍ଟକଳ୍ପ ଲୋକର କଲ୍ୟାଣ ମୋ’ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
14. ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ-ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
15. ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।
16. ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ’ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
17. ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
18. ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19. ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
20. ମୋହର ଗୌରବ ମୋ’ଠାରେ ସତେଜ ଥାଏ ଓ ମୋ’ ଧନୁ ମୋ’ ହସ୍ତରେ ନୂତନୀକୃତ ହୁଏ।
21. ଲୋକମାନେ ମୋ’ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
22. ମୋ’ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋ’ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
23. ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋ’ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
24. ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋ’ ମୁଖର ତେଜ ନିସ୍ତେଜ କଲେ ନାହିଁ।
25. ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି। [PE]

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 42
ଆୟୁବଙ୍କ ଶେଷ ଅଭିଯୋଗ 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2 “ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥା’ନ୍ତି; 3 ସେତେବେଳେ ତାହାଙ୍କ ପ୍ରଦୀପ ମୋ’ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ’ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା; 5 ସେତେବେଳେ ସର୍ବଶକ୍ତିମାନ ପରମେଶ୍ଵର ମୋ’ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋ’ ଚତୁଃପାର୍ଶ୍ୱରେ ଥିଲେ; 6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋ’ ପାଇଁ ତୈଳ-ନଦୀ ବହାଇଲା। 7 ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, 8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ। 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; 10 କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା। 11 କାରଣ କର୍ଣ୍ଣ ମୋ’ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋ’ ପକ୍ଷରେ ସାକ୍ଷ୍ୟ ଦେଲା; 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି। 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋ’ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି। 14 ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ-ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା। 15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି। 16 ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ’ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି। 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି। 18 ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ; 20 ମୋହର ଗୌରବ ମୋ’ଠାରେ ସତେଜ ଥାଏ ଓ ମୋ’ ଧନୁ ମୋ’ ହସ୍ତରେ ନୂତନୀକୃତ ହୁଏ। 21 ଲୋକମାନେ ମୋ’ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ। 22 ମୋ’ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋ’ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା। 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋ’ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ। 24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋ’ ମୁଖର ତେଜ ନିସ୍ତେଜ କଲେ ନାହିଁ। 25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 42
×

Alert

×

Oriya Letters Keypad References