1. ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
|
3. ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
|
5. ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
|
10. ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
|
12. ଇତର ଲୋକମାନେ ମୋ’ ଡାହାଣରେ ଉଠନ୍ତି; ସେମାନେ ମୋ’ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋ’ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
|
13. ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋ’ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
|
15. ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
|
24. ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
|
26. ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
|