ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. {#1ମାତ୍ର ଏବେ ମୋ’ ଅପେକ୍ଷା ଅଳ୍ପବୟସ୍କ } [PS]ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
2. ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
3. ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
4. ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
5. ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
6. ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
7. ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
8. ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
9. ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
10. ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
11. କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋ’ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।
12. ଇତର ଲୋକମାନେ ମୋ’ ଡାହାଣରେ ଉଠନ୍ତି; ସେମାନେ ମୋ’ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋ’ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
13. ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋ’ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
14. ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋ’ ଉପରେ ଗଡ଼ନ୍ତି।
15. ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
16. ପୁଣି, ଏବେ ମୋର ପ୍ରାଣ ମୋ’ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
17. ରାତ୍ରିକାଳରେ ମୋହର ଅସ୍ଥିସବୁ ମୋ’ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
18. ମୋ’ ରୋଗର ପ୍ରବଳ ଶକ୍ତିରେ ମୋ’ ବସ୍ତ୍ର ବିକୃତ ହୋଇଅଛି; ତାହା ମୋ’ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।
19. ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
20. ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
21. ତୁମ୍ଭେ ମୋ’ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
22. ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
23. କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
24. ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
25. ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା ?
26. ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
27. ମୋ’ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ’ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
28. ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
29. ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।
30. ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ’ଠାରୁ ଝଡ଼ି ପଡ଼ୁଅଛି ଓ ମୋ’ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।
31. ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି। [PE]

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 42
ଆୟୁବ ପୁସ୍ତକ 30:8
#1ମାତ୍ର ଏବେ ମୋ’ ଅପେକ୍ଷା ଅଳ୍ପବୟସ୍କ 1 ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି। 2 ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି। 3 ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି। 4 ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର। 5 ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି। 6 ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ। 7 ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି। 8 ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ। 9 ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି। 10 ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ। 11 କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋ’ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି। 12 ଇତର ଲୋକମାନେ ମୋ’ ଡାହାଣରେ ଉଠନ୍ତି; ସେମାନେ ମୋ’ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋ’ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି। 13 ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋ’ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି। 14 ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋ’ ଉପରେ ଗଡ଼ନ୍ତି। 15 ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି। 16 ପୁଣି, ଏବେ ମୋର ପ୍ରାଣ ମୋ’ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି। 17 ରାତ୍ରିକାଳରେ ମୋହର ଅସ୍ଥିସବୁ ମୋ’ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ। 18 ମୋ’ ରୋଗର ପ୍ରବଳ ଶକ୍ତିରେ ମୋ’ ବସ୍ତ୍ର ବିକୃତ ହୋଇଅଛି; ତାହା ମୋ’ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ। 19 ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି। 20 ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ। 21 ତୁମ୍ଭେ ମୋ’ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ। 22 ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ। 23 କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ। 24 ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ। 25 ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା ? 26 ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା। 27 ମୋ’ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ’ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି। 28 ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ। 29 ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି। 30 ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ’ଠାରୁ ଝଡ଼ି ପଡ଼ୁଅଛି ଓ ମୋ’ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି। 31 ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 42
Common Bible Languages
West Indian Languages
×

Alert

×

oriya Letters Keypad References