2. କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ ?
|
7. ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ’ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋ’ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
|
10. ତେବେ ମୋ’ ଭାର୍ଯ୍ୟା ଅନ୍ୟର ଚକି ପେଷୁ * ଅନ୍ୟର ଚକି ପେଷୁ ଅର୍ଥାତ୍ ଅନ୍ୟର ଦାସୀ ହେଉ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
|
15. ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି ?
|
18. (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ’ ନିକଟରେ ବଢ଼ିଲା ଓ ମୋ’ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
|
23. କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ’ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
|
28. ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
|
31. ମୋ’ ତମ୍ବୁସ୍ଥିତ ଲୋକେ କି କହି ନ ଥା’ନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ ?
|
34. ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ-
|
35. ଆଃ, କେହି ଯଦି ମୋ’ କଥା ଶୁଣିବାକୁ ଥା’ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ଵର ମୋତେ ଉତ୍ତର ଦେଉନ୍ତୁ;) ଓ ମୋ’ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି !
|