ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {#1ଆୟୁବଙ୍କୁ ଇଲୀହୂଙ୍କ ଦୋଷାରୋପ } [PS]ଆହୁରି, ଇଲୀହୂ ଉତ୍ତର କରି କହିଲା,
2. “ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ ? ଅବା କହୁଅଛ ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ ?
3. ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ ?
4. ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି।
5. ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।
6. ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର ? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର ?
7. ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି ?
8. ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।
9. ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।
10. ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
11. ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି ? ଏହା କେହି ନ କହେ।
12. ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।
13. ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।
14. ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।
15. ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
16. ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ। [PE]

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 35 / 42
ଆୟୁବଙ୍କୁ ଇଲୀହୂଙ୍କ ଦୋଷାରୋପ 1 ଆହୁରି, ଇଲୀହୂ ଉତ୍ତର କରି କହିଲା, 2 “ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ ? ଅବା କହୁଅଛ ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ ? 3 ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ ? 4 ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି। 5 ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ। 6 ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର ? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର ? 7 ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି ? 8 ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ। 9 ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି। 10 ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି 11 ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି ? ଏହା କେହି ନ କହେ। 12 ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ। 13 ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ। 14 ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି। 15 ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ; 16 ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 35 / 42
×

Alert

×

Oriya Letters Keypad References