ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {#1ଇଲୀହୂଙ୍କ ଈଶ୍ୱରଙ୍କ ମହାନତାର ପ୍ରଶଂସା } [PS]ଇଲୀହୂ ଆହୁରି କହିଲା,
2. “ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ୱରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି।
3. ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
4. କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ। ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି।
5. ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
6. ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି।
7. ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।
8. ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯା’ନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯା’ନ୍ତି
9. ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି।
10. ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି।
11. ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
12. ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।
13. ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।
14. ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।
15. ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି।
16. ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା।
17. ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।
18. କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।
19. ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ ?
20. ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ।
21. ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ।
22. ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି ?
23. କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି ? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ ?
24. ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।
25. ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ।
26. ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।
27. କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ।
28. ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ।
29. ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ ?
30. ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି।
31. କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି।
32. ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି।
33. ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି। [PE]

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 42
ଇଲୀହୂଙ୍କ ଈଶ୍ୱରଙ୍କ ମହାନତାର ପ୍ରଶଂସା 1 ଇଲୀହୂ ଆହୁରି କହିଲା, 2 “ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ୱରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି। 3 ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି; 4 କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ। ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି। 5 ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି। 6 ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି। 7 ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି। 8 ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯା’ନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯା’ନ୍ତି 9 ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି। 10 ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି। 11 ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ। 12 ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ। 13 ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ। 14 ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ। 15 ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି। 16 ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା। 17 ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି। 18 କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ। 19 ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ ? 20 ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ। 21 ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ। 22 ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି ? 23 କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି ? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ ? 24 ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି। 25 ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ। 26 ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ। 27 କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ। 28 ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ। 29 ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ ? 30 ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି। 31 କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି। 32 ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି। 33 ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 42
×

Alert

×

Oriya Letters Keypad References