ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {#1ଆୟୁବଙ୍କୁ ପରମେଶ୍ୱରଙ୍କ ଉତ୍ତର } [PS]ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
2. “ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି ?
3. ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
4. ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ।
5. ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା ? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା ?
6. କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା ? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
7. ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା ?
8. ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
9. ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
10. ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
11. ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା ?
12. ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
13. ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ ?
14. ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;
15. ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ।
16. ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ ?
17. ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି ? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ ?
18. ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ ? ଏସବୁ ଯଦି ଜାଣ, ପ୍ରକାଶ କର।
19. ଦୀପ୍ତିର ବାସସ୍ଥାନକୁ ପଥ କାହିଁ ? ଓ ଅନ୍ଧକାରର ସ୍ଥାନ କେଉଁଠାରେ ?
20. ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର ? ଓ ତହିଁର ଗୃହ-ପଥ କି ଚିହ୍ନିପାର ?
21. ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ !
22. ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
23. ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ ?
24. କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ ?
25. ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
26. କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
27. ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି ?
28. ବୃଷ୍ଟିର କି ପିତା ଅଛି ? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି ?
29. କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି ? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି ?
30. ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ।
31. ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର ? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର ?
32. ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର ? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର ?
33. ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର ?
34. ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର ?
35. ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ଆମ୍ଭେମାନେ ଏଠାରେ ଅଛୁ, ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର ?
36. କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି ? ଅବା ମନକୁ କିଏ ବୁଦ୍ଧି ଦେଇଅଛି ?
37. କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ ?
38. ଧୂଳୀ ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇପାରେ ?
39. ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
40. ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର ?
41. ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ ? [PE]

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 38 / 42
ଆୟୁବଙ୍କୁ ପରମେଶ୍ୱରଙ୍କ ଉତ୍ତର 1 ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ, 2 “ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି ? 3 ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ। 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ। 5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା ? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା ? 6 କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା ? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ 7 ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା ? 8 ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ 9 ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ, 10 ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ, 11 ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା ? 12 ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ; 13 ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ ? 14 ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ; 15 ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ। 16 ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ ? 17 ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି ? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ ? 18 ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ ? ଏସବୁ ଯଦି ଜାଣ, ପ୍ରକାଶ କର। 19 ଦୀପ୍ତିର ବାସସ୍ଥାନକୁ ପଥ କାହିଁ ? ଓ ଅନ୍ଧକାରର ସ୍ଥାନ କେଉଁଠାରେ ? 20 ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର ? ଓ ତହିଁର ଗୃହ-ପଥ କି ଚିହ୍ନିପାର ? 21 ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ ! 22 ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ, 23 ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ ? 24 କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ ? 25 ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି 26 କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ, 27 ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି ? 28 ବୃଷ୍ଟିର କି ପିତା ଅଛି ? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି ? 29 କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି ? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି ? 30 ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ। 31 ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର ? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର ? 32 ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର ? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର ? 33 ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର ? 34 ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର ? 35 ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ଆମ୍ଭେମାନେ ଏଠାରେ ଅଛୁ, ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର ? 36 କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି ? ଅବା ମନକୁ କିଏ ବୁଦ୍ଧି ଦେଇଅଛି ? 37 କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ ? 38 ଧୂଳୀ ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇପାରେ ? 39 ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ 40 ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର ? 41 ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ ?
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 38 / 42
×

Alert

×

Oriya Letters Keypad References