ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର ?
2. ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର ? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ ?
3. ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।
4. ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ।
5. କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି ? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି ?
6. ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।
7. ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।
8. ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।
9. ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ ?
10. ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର ? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ ?
11. ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ ?
12. ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ ?
13. ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ ?
14. କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
15. ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।
16. ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;
17. କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।
18. ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।
19. ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ ?
20. ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ ? ତାହାର ନାସାଶବ୍ଦର ତେଜ ଭୟାନକ।
21. ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
22. ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।
23. ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।
24. ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।
25. ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
26. ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ ?
27. ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ ?
28. ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
29. ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।
30. ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।” [PE]

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 42
ଆୟୁବ ପୁସ୍ତକ 39:32
1 ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର ? 2 ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର ? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ ? 3 ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି। 4 ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ। 5 କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି ? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି ? 6 ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ। 7 ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ। 8 ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ। 9 ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ ? 10 ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର ? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ ? 11 ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ ? 12 ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ ? 13 ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ ? 14 କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ, 15 ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ। 16 ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ; 17 କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି। 18 ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ। 19 ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ ? 20 ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ ? ତାହାର ନାସାଶବ୍ଦର ତେଜ ଭୟାନକ। 21 ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ। 22 ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ। 23 ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ। 24 ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶବ୍ଦ ବୋଲି ବିଶ୍ୱାସ କରେ ନାହିଁ। 25 ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ। 26 ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ ? 27 ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ ? 28 ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ। 29 ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ। 30 ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 42
Common Bible Languages
West Indian Languages
×

Alert

×

oriya Letters Keypad References