ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କ’ଣ କେହି ଅଛି ? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ ?
2. କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।
3. ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
4. ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
5. କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯା’ନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯା’ନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
6. କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
7. ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
8. ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
9. ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
10. ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
11. ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।
12. ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
13. ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
14. ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।
15. ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
16. ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।
17. ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
18. କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
19. ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
20. ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
21. ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
22. ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
23. କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
24. ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
25. ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
26. ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
27. ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ। [PE]

Notes

No Verse Added

Total 42 Chapters, Current Chapter 5 of Total Chapters 42
ଆୟୁବ ପୁସ୍ତକ 5:19
1. ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କ’ଣ କେହି ଅଛି ? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ ?
2. କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।
3. ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
4. ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ଥାଏ।
5. କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯା’ନ୍ତି କଣ୍ଟା ମଧ୍ୟରୁ ହିଁ ତାହା ନେଇଯା’ନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
6. କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
7. ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
8. ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
9. ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
10. ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି କ୍ଷେତ୍ରକୁ ଜଳ ପଠାନ୍ତି।
11. ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।
12. ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
13. ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
14. ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।
15. ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
16. ଏହେତୁ ଦରିଦ୍ର ଭରସା ପାଏ ଅଧର୍ମ ନିଜ ମୁଖ ବନ୍ଦ କରେ।
17. ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ କର।
18. କାରଣ ସେ କ୍ଷତ କରନ୍ତି ବାନ୍ଧନ୍ତି; ସେ ଆଘାତ କରନ୍ତି ତାହାଙ୍କ ହସ୍ତ ସୁସ୍ଥ କରଇ;
19. ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
20. ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
21. ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
22. ତୁମ୍ଭେ ବିନାଶ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
23. କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
24. ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ଥିବାର ଦେଖିବ।
25. ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
26. ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
27. ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ। PE
Total 42 Chapters, Current Chapter 5 of Total Chapters 42
×

Alert

×

oriya Letters Keypad References