4. ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
|
5. କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯା’ନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯା’ନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
|
12. ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
|
17. ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
|
19. ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
|
24. ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
|
27. ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ। PE
|