ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {#1ଆୟୁବ - ନିଷ୍ପତ୍ତିକାରୀ କେହି ନାହାନ୍ତି } [PS]ଏଥିରେ ଆୟୁବ ଉତ୍ତର କରି କହିଲା,
2. “ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ ?
3. ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
4. ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
5. ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
6. ସେ ପୃଥିବୀକୁ ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
7. ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
8. ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
9. ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
10. ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ କ୍ରିୟା କରନ୍ତି।
11. ଦେଖ, ସେ ମୋ’ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।
12. ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପାରେ ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ ?
13. ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
14. ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି ? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି ?
15. ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।
16. ଯଦି ମୁଁ ଡାକିଥା’ନ୍ତି ଓ ସେ ମୋତେ ଉତ୍ତର ଦେଇଥା’ନ୍ତେ, ତେବେ ହେଁ ସେ ମୋ’ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।
17. କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।
18. ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।
19. ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି ! ଓ ବିଚାରର କଥା କହିଲେ, କିଏ ମୋ’ ପାଇଁ ସମୟ ନିରୂପଣ କରିବ ?
20. ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।
21. ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।
22. ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
23. ଯଦି କୋରଡ଼ା ହଠାତ୍‍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।
24. ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ ?
25. ମୋହର ଦିନସବୁ ଡାକ[* ଡାକ କିମ୍ବା ଦୌଡ଼ାଳି ] ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।
26. ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
27. ଯଦି ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;
28. ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।
29. ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି ?
30. ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31. ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।
32. କାରଣ ସେ ମୋ’ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।
33. ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।
34. ସେ ମୋ’ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
35. ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ। [PE]

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 42
ଆୟୁବ - ନିଷ୍ପତ୍ତିକାରୀ କେହି ନାହାନ୍ତି 1 ଏଥିରେ ଆୟୁବ ଉତ୍ତର କରି କହିଲା, 2 “ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ ? 3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ। 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ? 5 ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ। 6 ସେ ପୃଥିବୀକୁ ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ। 7 ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି। 8 ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି। 9 ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି। 10 ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ କ୍ରିୟା କରନ୍ତି। 11 ଦେଖ, ସେ ମୋ’ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ। 12 ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପାରେ ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ ? 13 ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି। 14 ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି ? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି ? 15 ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି। 16 ଯଦି ମୁଁ ଡାକିଥା’ନ୍ତି ଓ ସେ ମୋତେ ଉତ୍ତର ଦେଇଥା’ନ୍ତେ, ତେବେ ହେଁ ସେ ମୋ’ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ। 17 କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି। 18 ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି। 19 ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି ! ଓ ବିଚାରର କଥା କହିଲେ, କିଏ ମୋ’ ପାଇଁ ସମୟ ନିରୂପଣ କରିବ ? 20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ। 21 ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ। 22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି। 23 ଯଦି କୋରଡ଼ା ହଠାତ୍‍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ। 24 ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ ? 25 ମୋହର ଦିନସବୁ ଡାକ* ଡାକ କିମ୍ବା ଦୌଡ଼ାଳି ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ। 26 ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ। 27 ଯଦି ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି; 28 ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ। 29 ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି ? 30 ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ, 31 ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ। 32 କାରଣ ସେ ମୋ’ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା। 33 ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ। 34 ସେ ମୋ’ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ; 35 ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 42
×

Alert

×

Oriya Letters Keypad References