1.
2. [PS]ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। [PE]{#1ଶସ୍ୟ ହାନି ସକାଶୁ ଦେଶବାସୀଙ୍କ ବିଳାପ } [QS]ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, [QE][QS]ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। [QE][QS]ତୁମ୍ଭମାନଙ୍କ ସମୟରେ କିଅବା [QE][QS]ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି ? [QE]
3. [QS]ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ [QE][QS]ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, [QE][QS]ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ। [QE]
4. [QS]ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି [QE][QS]ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି [QE][QS]ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି। [QE]
5. [QS]ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, [QE][QS]ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; [QE][QS]କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି। [QE]
6. [QS]ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, [QE][QS]ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ [QE][QS]ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ। [QE]
7. [QS]ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି [QE][QS]ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; [QE][QS]ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; [QE][QS]ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି। [QE]
8. [QS]ଯୌବନକାଳୀନ ସ୍ୱାମୀ ଶୋକରେ [QE][QS]ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର। [QE]
9. [QS]ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ [QE][QS]ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; [QE][QS]ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। [QE]
10. [QS]କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; [QE][QS]କାରଣ ଶସ୍ୟ ଉଜାଡ଼ ହୋଇଅଛି, [QE][QS]ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି। [QE]
11. [QS]ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, [QE][QS]ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, [QE][QS]ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; [QE][QS]କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି। [QE]
12. [QS]ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରି ବୃକ୍ଷ ମ୍ଳାନ ହେଉଅଛି; [QE][QS]ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, [QE][QS]ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; [QE][QS]କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି। [QE]
13. {#1ଅନୁତାପ ନିମନ୍ତେ ଆହ୍ୱାନ } [QS]ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; [QE][QS]ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; [QE][QS]ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, [QE][QS]ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; [QE][QS]କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ [QE][QS]ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି। [QE]
14. [QS]ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, [QE][QS]ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ [QE][QS]ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି [QE][QS]ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର। [QE]
15. [QS]ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, [QE][QS]ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। [QE]
16. [QS]ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ [QE][QS]ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ ? [QE]
17. [QS]ବିହନସବୁ ଟେଳା ତଳେ ପଚି ଯାଉଅଛି; [QE][QS]ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; [QE][QS]କାରଣ ଶସ୍ୟ ଶୁଷ୍କ ହୋଇଅଛି। [QE]
18. [QS]ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି ! [QE][QS]ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; [QE][QS]ମେଷପଲ ଦଣ୍ଡ ପାଉଅଛନ୍ତି। [QE]
19. [QS]ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; [QE][QS]କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି [QE][QS]ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। [QE]
20. [QS]ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; [QE][QS]ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି [QE][QS]ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି। [QE]