1. {#1ସଦାପ୍ରଭୁଙ୍କର ଦିନ } [QS]ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ [QE][QS]ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! [QE][QS]ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; [QE][QS]କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। [QE]
2. [QS]ତାହା ତିମିର ଓ ଅନ୍ଧକାରମୟ ଦିନ, [QE][QS]ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, [QE][QS]ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; [QE][QS]ମହତୀ ଓ ବଳବତୀ ଏକ ଗୋଷ୍ଠୀ, [QE][QS]ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, [QE][QS]କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ [QE][QS]ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। [QE]
3. [QS]ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି [QE][QS]ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; [QE][QS]ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ [QE][QS]ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; [QE][QS]ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। [QE]
4. [QS]ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ [QE][QS]ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। [QE]
5. [QS]ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, [QE][QS]ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, [QE][QS]ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। [QE]
6. [QS]ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; [QE][QS]ସମସ୍ତଙ୍କର ମୁଖ ମଳିନ। [QE]
7. [QS]ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; [QE][QS]ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; [QE][QS]ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି [QE][QS]ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। [QE]
8. [QS]ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; [QE][QS]ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; [QE][QS]ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି [QE][QS]ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ। [QE]
9. [QS]ସେମାନେ ନଗର ଉପରେ କୁଦନ୍ତି; [QE][QS]ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; [QE][QS]ସେମାନେ ଗୃହ ଉପରେ ଚଢ଼ନ୍ତି; [QE][QS]ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। [QE]
10. [QS]ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; [QE][QS]ଆକାଶମଣ୍ଡଳ ଥରଥର ହୁଏ; [QE][QS]ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ [QE][QS]ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି। [QE]
11. [QS]ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ [QE][QS]ଆପଣା ରବ ଉଚ୍ଚାରଣ କରନ୍ତି; [QE][QS]କାରଣ ତାହାଙ୍କର ଛାଉଣୀ ଅତି ବଡ଼; [QE][QS]କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। [QE][QS]କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; [QE][QS]ଆଉ କିଏ ତାହା ସହ୍ୟ କରି ପାରେ ? [QE]
12. {#1ଅନୁତାପ ନିମନ୍ତେ ଆହ୍ୱାନ } [QS]ତଥାପି ସଦାପ୍ରଭୁ କହନ୍ତି, [QE][QS]“ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି [QE][QS]ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।” [QE]
13. [QS]ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର [QE][QS]ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; [QE][QS]କାରଣ ସେ କୃପାମୟ ଓ ସ୍ନେହଶୀଳ, [QE][QS]କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, [QE][QS]ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। [QE]
14. [QS]କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, [QE][QS]ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ [QE][QS]ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ। [QE]
15. [PS]ସିୟୋନରେ ତୂରୀ ବଜାଅ [QE][QS]ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; [QE]
16. [QS]ଲୋକମାନଙ୍କୁ ଏକତ୍ର କର, [QE][QS]ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, [QE][QS]ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; [QE][QS]ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। [QE]
17. [QS]ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ [QE][QS]ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, [QE][QS]ଆଉ ସେମାନେ କହନ୍ତୁ, [QE][QS]“ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର [QE][QS]ଓ ଅନ୍ୟ ଦେଶୀୟମାନେ ଯେପରି [QE][QS]ସେମାନଙ୍କ ଉପରେ ଶାସନ ନ କରିବେ, [QE][QS]ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; [QE][QS]ସେମାନଙ୍କର ପରମେଶ୍ୱର କାହାନ୍ତି, [QE][QS]ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?” [QE]
18. {#1ପରମେଶ୍ୱରଙ୍କ ଆଶୀର୍ବାଦ } [QS]ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ [QE][QS]ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ। [QE]
19. [QS]ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, [QE][QS]“ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, [QE][QS]ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, [QE][QS]ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; [QE][QS]ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ [QE][QS]ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ। [QE]
20. [QS]ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ [QE][QS]ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, [QE][QS]ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ [QE][QS]ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, [QE][QS]ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; [QE][QS]ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, [QE][QS]କାରଣ ସେ ମହତ୍ କର୍ମମାନ କରିଅଛନ୍ତି।” [QE]
21. [QS]ହେ ଦେଶ, ଭୟ କର ନାହିଁ, [QE][QS]ଉଲ୍ଲସିତ ହୋଇ ଆନନ୍ଦ କର; [QE][QS]କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି। [QE]
22. [QS]ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; [QE][QS]କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନ ସବୁ ଅଙ୍କୁରିତ ହେଉଅଛି, [QE][QS]ବୃକ୍ଷ ଫଳ ଫଳୁଅଛି, ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି। [QE]
23. [QS]ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ [QE][QS]ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; [QE][QS]କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି [QE][QS]ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, [QE][QS]ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। [QE]
24. [QS]ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ [QE][QS]ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ। [QE]
25. [QS]“ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, [QE][QS]ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, [QE][QS]ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, [QE][QS]ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା। [QE]
26. [QS]ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ [QE][QS]ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, [QE][QS]ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ [QE][QS]ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। [QE]
27. [QS]ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ [QE][QS]ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, [QE][QS]ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। [QE]
28. {#1ମନୁଷ୍ୟ ଉପରେ ପରମେଶ୍ୱରଙ୍କ ଆତ୍ମା } [QS]ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; [QE][QS]ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, [QE][QS]ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, [QE][QS]ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। [QE]
29. [QS]ଆଉ, ସେହି ସମୟରେ ମଧ୍ୟ ଆମ୍ଭେ [QE][QS]ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା। [QE]
30. [QS]ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ [QE][QS]ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା। [QE]
31. [QS]ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ [QE][QS]ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ। [QE]
32. [QS]ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; [QE][QS]କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ [QE][QS]ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, [QE][QS]ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, [QE][QS]ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।” [QE]