1. {#1ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର } [QS]କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, [QE][QS]ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, [QE]
2. [QS]ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି [QE][QS]ସେମାନଙ୍କୁ ଯିହୋଶାଫଟ୍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; [QE][QS]ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର [QE][QS]ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, [QE][QS]କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି [QE][QS]ଆମ୍ଭର ଦେଶ ବିଭାଗ କରିଅଛନ୍ତି। [QE]
3. [QS]ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି [QE][QS]ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି [QE][QS]ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି। [QE]
4. [QS]ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, [QE][QS]ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? [QE][QS]ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? [QE][QS]ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, [QE][QS]ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ [QE][QS]ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା। [QE]
5. [QS]କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, [QE][QS]ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ [QE][QS]ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; [QE]
6. [QS]ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ [QE][QS]ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ [QE][QS]ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ। [QE]
7. [QS]ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, [QE][QS]ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା [QE][QS]ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; [QE]
8. [QS]ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ [QE][QS]ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, [QE][QS]ତହିଁରେ ସେମାନେ ସେମାନଙ୍କୁ [QE][QS]ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; [QE][QS]କାରଣ ସଦାପ୍ରଭୁ ଏହା କହିଅଛନ୍ତି। [QE]
9. [QS]ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; [QE][QS]ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; [QE][QS]ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। [QE]
10. [QS]ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ [QE][QS]ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: [QE][QS]ଦୁର୍ବଳ ଲୋକ କହୁ, “ମୁଁ ବଳବାନ।” [QE]
11. [QS]ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, [QE][QS]ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; [QE][QS]ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ। [QE]
12. [QS]ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ [QE][QS]ଓ ଯିହୋଶାଫଟ୍ର ଉପତ୍ୟକାକୁ ଆସନ୍ତୁ; [QE][QS]କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର [QE][QS]ବିଚାର କରିବା ପାଇଁ ବସିବା। [QE]
13. [QS]ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; [QE][QS]ତୁମ୍ଭେମାନେ ଆସି ଦଳନ କର; [QE][QS]କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; [QE][QS]କାରଣ ସେମାନଙ୍କର ଦୁଷ୍ଟତା ବଡ଼। [QE]
14. [QS]ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! [QE][QS]କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। [QE]
15. [QS]ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି [QE][QS]ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି। [QE]
16. {#1ଯିହୁଦାର ଗୌରବମୟ ଭବିଷ୍ୟତ } [QS]ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ [QE][QS]ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; [QE][QS]ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; [QE][QS]ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ [QE][QS]ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ। [QE]
17. [QS]“ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ [QE][QS]ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; [QE][QS]ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ [QE][QS]ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। [QE]
18. [QS]ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, [QE][QS]ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ [QE][QS]ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; [QE][QS]ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, [QE][QS]ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ। [QE]
19. [QS]ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ [QE][QS]ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, [QE][QS]କାରଣ ସେମାନେ ଆପଣାମାନଙ୍କ ଦେଶରେ [QE][QS]ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। [QE]
20. [QS]ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ। [QE]
21. [QS]ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, [QE][QS]ତାହା ନିର୍ଦ୍ଦୋଷ କରିବା।” [QE][QS]କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।[QE]