ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଲିଖିତ ସୁସମାଚାର
1. {#1ଯୀଶୁ ଉତ୍ତମ ମେଷପାଳକ } [PS]ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
2. କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ ।
3. ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।
4. ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
5. କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ ।
6. ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହି ସବୁ କ'ଣ ବୋଲି ସେମାନେ ବୁଝିଲେ ନାହିଁ ।
7. ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।
8. ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।
9. ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।
10. ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି ।
11. ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ ।
12. ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
13. କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।
14. ମୁଁ ଉତ୍ତମ ମେଷପାଳକ । ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
15. ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ ।
16. ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
17. ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ ।
18. କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି ।
19. ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା ।
20. ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?
21. ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ ? [PE]
22. {#1ପିତା ଓ ପୁତ୍ର ଏକ } [PS]ସେତେବେଳେ ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
23. ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ ।
24. ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ ।
25. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି;
26. କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ ।
27. ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
28. ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ ।
29. ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ ।
30. ମୁଁ ଓ ପିତା ଏକ ।
31. ଯିହୂଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ ।
32. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ?
33. ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।
34. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ ?
35. ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
36. ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଈଶ୍ୱରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
37. ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
38. କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର ।
39. ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ ।
40. ଏଥିଉତ୍ତାରେ ସେ ପୁନର୍ବାର ଯର୍ଦନର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ ।
41. ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହି ସବୁ ସତ୍ୟ;
42. ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ । [PE]
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 21
1
2 3 4 5 6 7 8 9 10 11 12 13 14 15 16 17 18
19 20 21
ଯୀଶୁ ଉତ୍ତମ ମେଷପାଳକ 1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; 2 କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ । 3 ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ । 4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; 5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ । 6 ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହି ସବୁ କ'ଣ ବୋଲି ସେମାନେ ବୁଝିଲେ ନାହିଁ । 7 ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର । 8 ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ । 9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ । 10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି । 11 ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ । 12 ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13 କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ । 14 ମୁଁ ଉତ୍ତମ ମେଷପାଳକ । ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15 ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ । 16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ । 17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ । 18 କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି । 19 ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା । 20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ? 21 ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ ? ପିତା ଓ ପୁତ୍ର ଏକ 22 ସେତେବେଳେ ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ, 23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ । 24 ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ । 25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି; 26 କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ । 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ । 29 ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ । 30 ମୁଁ ଓ ପିତା ଏକ । 31 ଯିହୂଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ । 32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ? 33 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ । 34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ ? 35 ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ), 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଈଶ୍ୱରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ? 37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ; 38 କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର । 39 ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ । 40 ଏଥିଉତ୍ତାରେ ସେ ପୁନର୍ବାର ଯର୍ଦନର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ । 41 ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହି ସବୁ ସତ୍ୟ; 42 ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 21
1
2 3 4 5 6 7 8 9 10 11 12 13 14 15 16 17 18
19 20 21
×

Alert

×

Oriya Letters Keypad References