ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଲିଖିତ ସୁସମାଚାର
1. {ଶିଷ୍ୟମାନଙ୍କ ପାଦ ପ୍ରକ୍ଷାଳନ} [PS] ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।
2. ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
3. ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି,
4. ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ ।
5. ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
6. କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ?
7. ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।
8. ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ ।
9. ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।
10. ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
11. କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
12. ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?
13. ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।
14. ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।
15. କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
16. ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
17. ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।
18. ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା ।
19. ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।
20. ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । [PE][PS]
21. {ବିଶ୍ୱାସଘାତକ ସମ୍ପର୍କରେ ଯୀଶୁଙ୍କ ସୂଚନା} (ମାଥିଉ 26:20-25; ମାର୍କ 14:17-21; ଲୂକ 22:21-23) [PS] ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
22. ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।
23. ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।
24. ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ ।
25. ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ?
26. ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ ।
27. ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
28. କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ ।
29. କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ । [PS]
30. {ନୂତନ ଆଜ୍ଞା} [PS] ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ ।
31. ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ ।
32. ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ ।
33. ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି ।
34. ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।
35. ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ । [PE][PS]
36. {ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା} (ମାଥିଉ 26:31-35; ମାର୍କ 14:27-31; ଲୂକ 22:31-34) [PS] ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ ।
37. ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।
38. ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ । [PE]

Notes

No Verse Added

Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 21
1 2 3 4
5 6 7 8 9 10 11 12 13 14 15 16 17 18 19 20 21
ଯୋହନଲିଖିତ ସୁସମାଚାର 13:48
ଶିଷ୍ୟମାନଙ୍କ ପାଦ ପ୍ରକ୍ଷାଳନ 1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ । 2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, 3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି, 4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ । 5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ । 6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ? 7 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ । 8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ । 9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ । 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ । 11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ । 12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ? 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି । 14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି । 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ । 17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ । 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା । 19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି । 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । 21 ବିଶ୍ୱାସଘାତକ ସମ୍ପର୍କରେ ଯୀଶୁଙ୍କ ସୂଚନା (ମାଥିଉ 26:20-25; ମାର୍କ 14:17-21; ଲୂକ 22:21-23) ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। 22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ । 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ । 24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ । 25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ? 26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ । 27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର । 28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ । 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ । ନୂତନ ଆଜ୍ଞା 30 ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ । 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ । 32 ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ । 33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି । 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ । 36 ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା (ମାଥିଉ 26:31-35; ମାର୍କ 14:27-31; ଲୂକ 22:31-34) ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ । 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି । 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 21
1 2 3 4
5 6 7 8 9 10 11 12 13 14 15 16 17 18 19 20 21
Common Bible Languages
West Indian Languages
×

Alert

×

oriya Letters Keypad References