ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଲିଖିତ ସୁସମାଚାର
1. {ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ} (ମାଥିଉ 26:47-56; ମାର୍କ 14:43-50; ଲୂକ 22:47-53) [PS] ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
2. ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ ।
3. ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।
4. ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ?
5. ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
6. ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
7. ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ ।
8. ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
9. ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ ।
10. ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ ।
11. ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ'ଣ ସେଥିରୁ ପାନ କରିବି ନାହିଁ ? [PS]
12. {ହାନାନଙ୍କ ସମ୍ମୁଖରେ ଯୀଶୁ} [PS] ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
13. ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ ।
14. ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୂଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା । (ମାଥିଉ 26:69,70; ମାର୍କ 14:66-68; ଲୂକ 22:55-57) [PE][PS]
15. {ଯୀଶୁଙ୍କୁ ପିତରଙ୍କ ଅସ୍ୱୀକାର} [PS] ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
16. କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।
17. ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ କହିଲେ, ମୁଁ ନୁହେଁ ।
18. ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ । [PE][PS]
19. {ଯୀଶୁଙ୍କୁ ମହାଯାଜକଙ୍କ ପ୍ରଶ୍ନ} (ମାଥିଉ 26:59-66; ମାର୍କ 14:55-64; ଲୂକ 22:66-71) [PS] ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ ।
20. ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
21. ମୋତେ କାହିଁକି ପଚାରୁଅଛନ୍ତି ? ମୁଁ ସେମାନଙ୍କୁ କ'ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି ।
22. ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ?
23. ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ ?
24. ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ । [PE][PS]
25. {ଯୀଶୁଙ୍କୁ ପିତରଙ୍କ ପୁନର୍ବାର ଅସ୍ୱୀକାର} (ମାଥିଉ 26:71-75; ମାର୍କ 14:69-72; ଲୂକ 22:58-62) [PS] ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ । ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କ'ଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ ।
26. ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କ'ଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି ?
27. ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା । (ମାଥିଉ 27:1,2,11-14; ମାର୍କ 15:1-5; ଲୂକ 23:1-5) [PE][PS]
28. {ପୀଲାତଙ୍କ ସମ୍ମୁଖରେ ଯୀଶୁ} [PS] ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
29. ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ ?
30. ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
31. ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୂଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
32. ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥି ନିମନ୍ତେ ସେମାନେ ଏହା କହିଲେ ।
33. ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା ?
34. ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି ?
35. ପୀଲାତ ଉତ୍ତର ଦେଲେ, ଆମ୍ଭେ କ'ଣ ଜଣେ ଯିହୂଦୀ ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କ'ଣ କରିଅଛ ?
36. ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ ।
37. ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।
38. ପୀଲାତ ତାହାଙ୍କୁ କହିଲେ, ସତ୍ୟ କ'ଣ ? ଏହା କହି ସେ ପୁଣି, ଯିହୂଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ । [PE][PS]
39. {ଯୀଶୁଙ୍କୁ ପ୍ରାଣଦଣ୍ଡ} (ମାଥିଉ 27:15-31; ମାର୍କ 15:6-20; ଲୂକ 23:13-25) [PS] କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୂଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କ'ଣ ତୁମ୍ଭମାନଙ୍କର ଇଚ୍ଛା ?
40. ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍‍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା । [PE]

Notes

No Verse Added

Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 21
1 2 3 4 5 6 7 8 9
10 11 12 13 14 15 16 17 18 19 20 21
ଯୋହନଲିଖିତ ସୁସମାଚାର 18:54
1 ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ (ମାଥିଉ 26:47-56; ମାର୍କ 14:43-50; ଲୂକ 22:47-53) ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ । 2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ । 3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା । 4 ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? 5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା । 6 ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ । 7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ । 8 ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ । 9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ । 10 ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ । 11 ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ'ଣ ସେଥିରୁ ପାନ କରିବି ନାହିଁ ? ହାନାନଙ୍କ ସମ୍ମୁଖରେ ଯୀଶୁ 12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ 13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ । 14 ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୂଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା । (ମାଥିଉ 26:69,70; ମାର୍କ 14:66-68; ଲୂକ 22:55-57) ଯୀଶୁଙ୍କୁ ପିତରଙ୍କ ଅସ୍ୱୀକାର 15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ; 16 କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ । 17 ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ କହିଲେ, ମୁଁ ନୁହେଁ । 18 ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ । 19 ଯୀଶୁଙ୍କୁ ମହାଯାଜକଙ୍କ ପ୍ରଶ୍ନ (ମାଥିଉ 26:59-66; ମାର୍କ 14:55-64; ଲୂକ 22:66-71) ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ । 20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ । 21 ମୋତେ କାହିଁକି ପଚାରୁଅଛନ୍ତି ? ମୁଁ ସେମାନଙ୍କୁ କ'ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି । 22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ? 23 ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ ? 24 ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ । 25 ଯୀଶୁଙ୍କୁ ପିତରଙ୍କ ପୁନର୍ବାର ଅସ୍ୱୀକାର (ମାଥିଉ 26:71-75; ମାର୍କ 14:69-72; ଲୂକ 22:58-62) ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ । ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କ'ଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ । 26 ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କ'ଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି ? 27 ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା । (ମାଥିଉ 27:1,2,11-14; ମାର୍କ 15:1-5; ଲୂକ 23:1-5) ପୀଲାତଙ୍କ ସମ୍ମୁଖରେ ଯୀଶୁ 28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ । 29 ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ ? 30 ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ । 31 ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୂଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ । 32 ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥି ନିମନ୍ତେ ସେମାନେ ଏହା କହିଲେ । 33 ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା ? 34 ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି ? 35 ପୀଲାତ ଉତ୍ତର ଦେଲେ, ଆମ୍ଭେ କ'ଣ ଜଣେ ଯିହୂଦୀ ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କ'ଣ କରିଅଛ ? 36 ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ । 37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ । 38 ପୀଲାତ ତାହାଙ୍କୁ କହିଲେ, ସତ୍ୟ କ'ଣ ? ଏହା କହି ସେ ପୁଣି, ଯିହୂଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ । 39 ଯୀଶୁଙ୍କୁ ପ୍ରାଣଦଣ୍ଡ (ମାଥିଉ 27:15-31; ମାର୍କ 15:6-20; ଲୂକ 23:13-25) କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୂଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କ'ଣ ତୁମ୍ଭମାନଙ୍କର ଇଚ୍ଛା ? 40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍‍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 21
1 2 3 4 5 6 7 8 9
10 11 12 13 14 15 16 17 18 19 20 21
Common Bible Languages
West Indian Languages
×

Alert

×

oriya Letters Keypad References