ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଲିଖିତ ସୁସମାଚାର
1. {#1ଶୂନ୍ୟ ସମାଧି [BR](ମାଥିଉ 28:1-8; ମାର୍କ 16:1-8; ଲୂକ 24:1-12) } [PS]ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ ।
2. ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
3. ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ ।
4. ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,
5. ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ ।
6. ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି,
7. ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।
8. ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;
9. କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।
10. ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ । [PE]
11. {#1ପୁନରୁତ୍ଥିତ ଯୀଶୁଙ୍କ ମରିୟମଙ୍କୁ ଦର୍ଶନ [BR](ମାଥିଉ 28:9,10; ମାର୍କ 16:9-11) } [PS]କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,
12. ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
13. ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।
14. ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
15. ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
16. ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।
17. ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।
18. ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ । [PE]
19. {#1ପୁନରୁତ୍ଥିତ ଯୀଶୁଙ୍କ ଶିଷ୍ୟମାନଙ୍କୁ ଦର୍ଶନ [BR](ମାଥିଉ 28:16-20; ମାର୍କ 16:14-18; ଲୂକ 24:36-49) } [PS]ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
20. ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ । ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ ।
21. ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।
22. ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର ।
23. ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ । [PE]
24. {#1ଯୀଶୁ ଓ ଥୋମା } [PS]କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ ।
25. ଅତଏବ, ଅନ୍ୟ ଶିଷ୍ୟମାନେ ତାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ । କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହି ସବୁ ସ୍ଥାନରେ ମୋହର ଆଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ ।
26. ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ । ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
27. ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ ।
28. ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।
29. ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ । [PE]
30. {#1ଏହି ପୁସ୍ତକର ଉଦ୍ଦେଶ୍ୟ } [PS]ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହି ସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
31. କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି । [PE]
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 21
1 2 3 4 5 6 7 8 9 10 11
12 13 14 15 16 17 18 19 20 21
ଶୂନ୍ୟ ସମାଧି
(ମାଥିଉ 28:1-8; ମାର୍କ 16:1-8; ଲୂକ 24:1-12)

1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ । 2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ । 3 ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ । 4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ । 6 ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି, 7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି । 8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ । 10 ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ । ପୁନରୁତ୍ଥିତ ଯୀଶୁଙ୍କ ମରିୟମଙ୍କୁ ଦର୍ଶନ
(ମାଥିଉ 28:9,10; ମାର୍କ 16:9-11)

11 କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ । 13 ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ । 14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ । 15 ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି । 16 ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ । 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି । 18 ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ । ପୁନରୁତ୍ଥିତ ଯୀଶୁଙ୍କ ଶିଷ୍ୟମାନଙ୍କୁ ଦର୍ଶନ
(ମାଥିଉ 28:16-20; ମାର୍କ 16:14-18; ଲୂକ 24:36-49)

19 ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ । 20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ । ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ । 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି । 22 ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର । 23 ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ । ଯୀଶୁ ଓ ଥୋମା 24 କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ । 25 ଅତଏବ, ଅନ୍ୟ ଶିଷ୍ୟମାନେ ତାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ । କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହି ସବୁ ସ୍ଥାନରେ ମୋହର ଆଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ । 26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ । ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ । 27 ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ । 28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର । 29 ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ । ଏହି ପୁସ୍ତକର ଉଦ୍ଦେଶ୍ୟ 30 ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହି ସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 21
1 2 3 4 5 6 7 8 9 10 11
12 13 14 15 16 17 18 19 20 21
×

Alert

×

Oriya Letters Keypad References