ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଲିଖିତ ସୁସମାଚାର
1. {#1ଯୀଶୁ ଓ ନୀକଦୀମ } [PS]ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୂଦୀମାନଙ୍କର ଜଣେ ନେତା ।
2. ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ ।
3. ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ ।
4. ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ ?
5. ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
6. ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
7. ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
8. ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର ।
9. ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହି ସବୁ କିପରି ହୋଇ ପାରେ ?
10. ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କ'ଣ ଏହି ସବୁ ବୁଝୁ ନାହଁ ?
11. ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।
12. ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ ?
13. ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ ।
14. ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
15. ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
16. କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
17. ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।
18. ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ ।
19. ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।
20. କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
21. କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ । [PE]
22. {#1ଯୀଶୁଙ୍କୁ ବାପ୍ତିଜକ ଯୋହନଙ୍କ ସମ୍ଭ୍ରମ } [PS]ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦା ପ୍ରଦେଶକୁ ଗଲେ, ଆଉ ସେ ସେ ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ ।
23. ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
24. ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ ।
25. ସେଥିମଧ୍ୟରେ ଶୌଚକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୂଦୀ ସହିତ ବାଦାନୁବାଦ ଘଟିଲା ।
26. ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି ।
27. ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
28. ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ ।
29. ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।
30. ତାହାଙ୍କୁ ଅବଶ୍ୟ ବୃଦ୍ଧି ପାଇବାକୁ ହେବ, କିନ୍ତୁ ମୋତେ ହ୍ରାସ ହେବାକୁ ହେବ ।
31. ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।
32. ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।
33. ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ୱର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି ।
34. କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।
35. ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି ।
36. ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ । [PE]
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 21
1 2 3 4 5 6 7 8 9 10 11
ଯୀଶୁ ଓ ନୀକଦୀମ 1 ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୂଦୀମାନଙ୍କର ଜଣେ ନେତା । 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ । 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ । 4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ ? 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ । 6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା । 7 ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ । 8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର । 9 ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହି ସବୁ କିପରି ହୋଇ ପାରେ ? 10 ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କ'ଣ ଏହି ସବୁ ବୁଝୁ ନାହଁ ? 11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ । 12 ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ ? 13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ । 14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ । 16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । 17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । 18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ । 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । 20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ । 21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ । ଯୀଶୁଙ୍କୁ ବାପ୍ତିଜକ ଯୋହନଙ୍କ ସମ୍ଭ୍ରମ 22 ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦା ପ୍ରଦେଶକୁ ଗଲେ, ଆଉ ସେ ସେ ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ । 23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ । 24 ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ । 25 ସେଥିମଧ୍ୟରେ ଶୌଚକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୂଦୀ ସହିତ ବାଦାନୁବାଦ ଘଟିଲା । 26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି । 27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ । 28 ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ । 29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି । 30 ତାହାଙ୍କୁ ଅବଶ୍ୟ ବୃଦ୍ଧି ପାଇବାକୁ ହେବ, କିନ୍ତୁ ମୋତେ ହ୍ରାସ ହେବାକୁ ହେବ । 31 ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ । 32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ । 33 ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ୱର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି । 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ । 35 ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି । 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 21
1 2 3 4 5 6 7 8 9 10 11
×

Alert

×

Oriya Letters Keypad References