1. {ମୋଶାଙ୍କ ଦ୍ୱାରା ପରାଜିତ ରାଜାଗଣ} PS ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।
|
2. ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ
|
3. ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।
|
4. ପୁଣି ବାଶନୀୟ ଓଗ୍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ବାସ କଲା,
|
5. ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।
|
6. ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। PS
|
7. {ଯିହୋଶୂୟଙ୍କ ଦ୍ୱାରା ପରାଜିତ ରାଜାଗଣ} PS ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
|
8. ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି;
|