2. “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ,
ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର! |
3. ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର;
ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି। |
4. ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ,
ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା। |
5. ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ,
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) |
7. ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ,
ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ। |
8. ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା;
ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ? |
9. ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡେ ଅଛି,
ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। |
11. ଧନୁର୍ଦ୍ଧରମାନଙ୍କ * ଅର୍ଥାତ୍ ବାଦ୍ୟକମାନେ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ,
ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ। |
12. ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର;
ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ। |
13. ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ,
ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ। |
14. ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ;
ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ। |
15. ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ;
ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। |
16. ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ,
କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ ? ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। |
17. ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା ?
ଆଶେର ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା। |
18. ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା।
ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)। |
19. ରାଜାମାନେ ଆସି ଯୁଦ୍ଧ କଲେ;
ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ। |
21. କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ
ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। |
22. ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା,
ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ। |
23. ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ,
ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ। PEPS |
24. ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ,
ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ। |
26. ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ
ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା। |
27. ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା;
ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା। |
28. ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା,
ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ? |
30. ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି ?
ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’ PEPS |
31. ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ,
ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” PEPS ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। PE |