1. {ଦବୋରା ଓ ବାରକ୍ଙ୍କ ବିଜୟ ଗାଥା }
2. [PS]ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ: [PE][QS]“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, [QE][QS]ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, [QE][QS]ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର! [QE]
3. [QS]ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; [QE][QS]ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; [QE][QS]ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି। [QE]
4. [QS]ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, [QE][QS]ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, [QE][QS]ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା। [QE]
5. [QS]ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, [QE][QS]ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) [QE]
6. [QS]ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ [QE][QS]ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ। [QE]
7. [QS]ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, [QE][QS]ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, [QE][QS]ମୁଁ ଇସ୍ରାଏଲ ମଧ୍ୟରେ ମାତୃତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ। [QE]
8. [QS]ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; [QE][QS]ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ? [QE]
9. [QS]ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡେ ଅଛି, [QE][QS]ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QE]
10. [QS]ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, [QE][QS]ହେ ଗାଲିଚାରେ ବସିବା ଲୋକମାନେ [QE][QS]ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର। [QE]
11. [QS]ଧନୁର୍ଦ୍ଧରମାନଙ୍କ[* ଅର୍ଥାତ୍ ବାଦ୍ୟକମାନେ ] ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, [QE][QS]ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ [QE][QS]ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। [QE][QS]ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ। [QE]
12. [QS]ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; [QE][QS]ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ। [QE]
13. [QS]ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, [QE][QS]ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ। [QE]
14. [QS]ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; [QE][QS]ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; [QE][QS]ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ [QE][QS]ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ। [QE]
15. [QS]ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; [QE][QS]ଯେପରି ଇଷାଖର, ସେପରି ବାରକ୍ ଥିଲା; [QE][QS]ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। [QE][QS]ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। [QE]
16. [QS]ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, [QE][QS]କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ ? [QE][QS]ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। [QE]
17. [QS]ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା ? [QE][QS]ଆଶେର ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା। [QE]
18. [QS]ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। [QE][QS]ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)। [QE]
19. [QS]ରାଜାମାନେ ଆସି ଯୁଦ୍ଧ କଲେ; [QE][QS]ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, [QE][QS]ସେମାନେ କିଛି ରୂପା ଲାଭ କଲେ ନାହିଁ। [QE]
20. [QS]ତାରାଗଣ ଆକାଶରୁ ଯୁଦ୍ଧ କଲେ, [QE][QS]ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ। [QE]
21. [QS]କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ [QE][QS]ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। [QE][QS]ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। [QE]
22. [QS]ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, [QE][QS]ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ। [QE]
23. [QS]ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, [QE][QS]ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; [QE][QS]କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, [QE][QS]ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ। [QE]
24. [PS]ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, [QE][QS]ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ। [QE]
25. [QS]ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; [QE][QS]ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା। [QE]
26. [QS]ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ [QE][QS]ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; [QE][QS]ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, [QE][QS]ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା। [QE]
27. [QS]ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; [QE][QS]ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; [QE][QS]ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା। [QE]
28. [QS]ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, [QE][QS]ସେ ଜାଲି ପରଦା ଦେଇ ଡାକି କହିଲା, [QE][QS]ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? [QE][QS]ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ? [QE]
29. [QS]ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, [QE][QS]ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା, [QE]
30. [QS]‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି ? [QE][QS]ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; [QE][QS]ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, [QE][QS]ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’ [QE]
31. [PS]ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, [QE][QS]ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” [QE][PS]ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। [QE]