2. “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। PEPS
|
3. ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
|
5. ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
|
8. ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
|
9. ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। PEPS
|
11. ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
|
12. ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
|
13. ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। PEPS
|
14. ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
|
15. ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
|
17. ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। PE
|