4. ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
|
6. ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
|
7. ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ। PEPS
|
8. ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
|
9. ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
|
10. ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
|
11. ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
|
12. ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ। PEPS
|
13. ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।
|
14. ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
|
16. ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
|
17. ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
|
18. ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।
|
19. ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
|
20. ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ। PEPS
|
21. ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
|
22. ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
|
23. ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
|
24. ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ। PEPS
|
25. ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;
|
27. ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
|
28. ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।
|
29. ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
|
31. ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
|
32. ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।” PS
|
34. “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
|
36. ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
|
37. ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
|
40. ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
|
43. ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
|
44. ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।
|
45. ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
|
47. ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ। PEPS
|
48. ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।
|
51. ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
|
52. ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।
|
53. ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ। PEPS
|