1. {ମଙ୍ଗଳାର୍ଥକ ବଳିଦାନର ନିୟମ} PS ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
|
2. ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
|
3. ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
|
5. ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। PEPS
|
6. ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
|
8. ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
|
9. ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
|
13. ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
|
14. ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
|
16. ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
|
17. ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।” PE
|