2. “ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
|
7. ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
|
9. ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ। PEPS
|
11. ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
|
12. ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
|
13. ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। PEPS
|
14. ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
|
15. ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
|
16. ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
|
17. ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। PEPS
|
21. ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। PEPS
|
22. ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
|
23. ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
|
24. ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
|
25. ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
|
26. ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
|
27. ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
|
28. ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହିସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
|
29. ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। PEPS
|
30. ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।
|
31. ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
|
33. ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
|
35. ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
|
36. ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହିସବୁ କଥା ପାଳନ କଲେ। PE
|