1. {ଥୀୟଫିଲଙ୍କ ନିମନ୍ତେ} PS ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,
|
2. ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।
|
3. ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,
|
5. {ବାପ୍ତିଜକ ଯୋହନଙ୍କ ଜନ୍ମର ପୂର୍ବ ସୂଚନା} PS ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ ।
|
6. ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।
|
7. କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା । PEPS
|
9. ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
|
13. କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ । PEPS
|
15. ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, PEPS
|
17. ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ । PEPS
|
18. ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।
|
19. ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି ।
|
20. ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ । PEPS
|
21. ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ ।
|
22. କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।
|
25. ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି । PS
|
26. {ଯୀଶୁଙ୍କ ଜନ୍ମର ପୂର୍ବ ସୂଚନା} PS ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
|
27. ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।
|
28. ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।
|
29. କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ । PEPS
|
32. ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
|
35. ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ । PEPS
|
36. ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
|
38. ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ । PS
|
39. {ଏଲିଶାବେଥଙ୍କ ସହ ମରିୟମଙ୍କ ସାକ୍ଷାତ} PS ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
|
41. ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ PEPS
|
44. କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।
|
48. କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
|
51. ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
|
53. ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।
|
54. ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
|
58. ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ । PS
|
59. {ବାପ୍ତିଜକ ଯୋହନଙ୍କ ଜନ୍ମ} PS ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ ।
|
65. ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,
|
66. ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ । PS
|
78. ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ସ୍ୱର୍ଗରୁ ସୂର୍ଯ୍ୟ ଉଦୟ ହେବ,
|
79. ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ । PEPS
|
80. ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ । PE
|