1. {ଯୀଶୁଙ୍କ ସତୁରି ଜଣଙ୍କୁ ପ୍ରେରଣ} PS ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।
|
2. ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର । PEPS
|
6. ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ ।
|
7. ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ । PEPS
|
8. ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
|
9. ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ । PEPS
|
10. କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
|
11. ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ ।
|
13. {ଅବିଶ୍ୱାସୀ ସହରର ବିଚାର} (ମାଥିଉ 11:20-24) PS ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
|
16. ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ । PS
|
17. {ସତୁରି ଜଣଙ୍କ ପ୍ରତ୍ୟାବର୍ତ୍ତନ} PS ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି ।
|
19. ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।
|
20. ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର । (ମାଥିଉ 11:25-27; 13:16,17 ) PEPS
|
21. {ଯୀଶୁଙ୍କ ଆନନ୍ଦ} PS ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା । PEPS
|
22. ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ । PEPS
|
23. ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ ।
|
24. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ । PS
|
25. {ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ} PS ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
|
27. ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
|
30. ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ । PEPS
|
34. ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ ।
|
35. ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି । PEPS
|
38. {ମାର୍ଥା ଓ ମରିୟମଙ୍କ ଗୃହରେ ଯୀଶୁ} PS ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
|
40. କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କ'ଣ ଆପଣଙ୍କର ମନ ନାହିଁ ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ ।
|
42. କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ । PE
|