ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
1. {ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା} (ମାଥିଉ 6:9-13; ମାଥିଉ 7:7-11) [PS] ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ । [PE][PS]
2. ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । [PE][PS]
3. ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ ।
4. ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ । [PE][PS]
5. ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
6. କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ,
7. ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ ?
8. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ । [PE][PS]
9. ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ ।
10. କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ । [PE][PS]
11. ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?
12. କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ ?
13. ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ ! ଯୀଶୁ ଓ ବାଲ୍‌ଜିବୂଲ୍ (ମାଥିଉ 12:22-30; ମାର୍କ 3:20-27) [PE][PS]
14. ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା । ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ ।
15. କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ । [PE][PS]
16. ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ ।
17. କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ । [PE][PS]
18. ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ ।
19. କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି ? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
20. କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି । [PE][PS]
21. ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;
22. କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ ।
23. ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋ’ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ । [PE][PS]
24. {ଭୂତର ପ୍ରତ୍ୟାବର୍ତ୍ତନ} (ମାଥିଉ 12:43-45) [PS] ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି;
25. ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ ।
26. ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । [PS]
27. {ବାକ୍ୟ ପାଳନକାରୀ ଧନ୍ୟ} [PS] ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।
28. ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ । [PE][PS]
29. {ଯୂନସଙ୍କ ଚିହ୍ନ} (ମାଥିଉ 12:38-42) [PS] ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
30. କାରଣ ଯୂନସ ଯେପରି ନୀନିବୀୟମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ । [PE][PS]
31. ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି । [PE][PS]
32. ନୀନିବୀର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି । (ମାଥିଉ 5:15; 6:22,23) [PE][PS]
33. {ଅନ୍ତରସ୍ଥ ଜ୍ୟୋତିଃ} [PS] କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
34. ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ । ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ ।
35. ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ ।
36. ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ । [PE][PS]
37. ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ । [PE][PS]
38. {ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ସନ୍ତାପର ପାତ୍ର} (ମାଥିଉ 23:1-36; ମାର୍କ 12:38-40) [PS] କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ । [PE][PS]
39. ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ ।
40. ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ ?
41. ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ । [PE][PS]
42. କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ୱରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ । [PE][PS]
43. ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ ।
44. ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ । [PE][PS]
45. ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି ।
46. ସେ କହିଲେ, ହାୟ, ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଆଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ । [PE][PS]
47. ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ ।
48. ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ । [PE][PS]
49. ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
50. ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
51. ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ । [PE][PS]
52. ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ । [PE][PS]
53. ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି
54. ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ । [PE]

Notes

No Verse Added

Total 24 Chapters, Current Chapter 11 of Total Chapters 24
ଲୂକଲିଖିତ ସୁସମାଚାର 11:57
1. {ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା} (ମାଥିଉ 6:9-13; ମାଥିଉ 7:7-11) PS ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ PEPS
2. ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ତୁମ୍ଭର ରାଜ୍ୟ ଆସୁ PEPS
3. ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ
4. ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ PEPS
5. ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
6. କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ,
7. ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ ?
8. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ PEPS
9. ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ
10. କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ PEPS
11. ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?
12. କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ ?
13. ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ ! ଯୀଶୁ ବାଲ୍‌ଜିବୂଲ୍ (ମାଥିଉ 12:22-30; ମାର୍କ 3:20-27) PEPS
14. ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ
15. କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ PEPS
16. ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ
17. କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ PEPS
18. ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ କହୁଅଛ
19. କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି ? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ
20. କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି PEPS
21. ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;
22. କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ
23. ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋ’ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ PEPS
24. {ଭୂତର ପ୍ରତ୍ୟାବର୍ତ୍ତନ} (ମାଥିଉ 12:43-45) PS ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି;
25. ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ
26. ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ PS
27. {ବାକ୍ୟ ପାଳନକାରୀ ଧନ୍ୟ} PS ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ
28. ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ପାଳନ କରନ୍ତି, ସେହିମାନେ ଧନ୍ୟ PEPS
29. {ଯୂନସଙ୍କ ଚିହ୍ନ} (ମାଥିଉ 12:38-42) PS ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ
30. କାରଣ ଯୂନସ ଯେପରି ନୀନିବୀୟମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ PEPS
31. ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ସ୍ଥାନରେ ଅଛି PEPS
32. ନୀନିବୀର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ସ୍ଥାନରେ ଅଛି (ମାଥିଉ 5:15; 6:22,23) PEPS
33. {ଅନ୍ତରସ୍ଥ ଜ୍ୟୋତିଃ} PS କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି
34. ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ
35. ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ହୁଏ
36. ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ସେଥିର କୌଣସି ଅଂଶ ଅନ୍ଧକାରମୟ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ PEPS
37. ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ PEPS
38. {ଫାରୂଶୀ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ସନ୍ତାପର ପାତ୍ର} (ମାଥିଉ 23:1-36; ମାର୍କ 12:38-40) PS କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ PEPS
39. ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଦୁଷ୍ଟତାରେ ପରିପୂର୍ଣ୍ଣ
40. ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ ?
41. ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ PEPS
42. କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଈଶ୍ୱରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଅନ୍ୟସବୁ ଅବହେଳା କରିବା ଉଚିତ PEPS
43. ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ
44. ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ PEPS
45. ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି
46. ସେ କହିଲେ, ହାୟ, ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଆଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ଥାଅ PEPS
47. ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ
48. ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ PEPS
49. ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ କାହା କାହାକୁ ତାଡ଼ନା କରିବେ,
50. ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
51. ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ PEPS
52. ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ PEPS
53. ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଫାରୂଶୀମାନେ ଅତିଶୟ ଈର୍ଷା କରି
54. ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ PE
Total 24 Chapters, Current Chapter 11 of Total Chapters 24
×

Alert

×

oriya Letters Keypad References