ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
1. {କପଟତା ବିଷୟରେ ସାବଧାନ} [PS] ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ । [PE][PS]
2. କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, ।
3. ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହି ସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ । [PE][PS]
4. {ଭୟ ନ କର} (ମାର୍କ 10:28-31) [PS] କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ ।
5. କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର । [PE][PS]
6. ପାଞ୍ଚୋଟି ଘରଚଟିଆ କ'ଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ ।
7. କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି । ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ । (ମାଥିଉ 10:32,33; 12:32; 10:19-20) [PE][PS]
8. {ଲୋକଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କୁ ସ୍ୱୀକାର} [PS] ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
9. କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।
10. ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ । [PE][PS]
11. ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
12. କାରଣ କ'ଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ । [PS]
13. {ମୂର୍ଖ ଧନୀର ଦୃଷ୍ଟାନ୍ତ} [PS] ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋ'ର ଭାଇକୁ ମୋ' ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ ।
14. କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା ?
15. ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ । [PE][PS]
16. ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା ।
17. ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ ।
18. ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
19. ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; [PE][PS]
20. କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
21. ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ । [PE][PS]
22. {ଚିନ୍ତିତ ନ ହୁଅ} (ମାଥିଉ 6:25-34) [PS] ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।
23. କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ । [PE][PS]
24. କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ !
25. ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇ ପାରେ ?
26. ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ ? [PE][PS]
27. ଫୁଲଗୁଡ଼ିକ ବିଷୟ ଭାବି ଦେଖ, ସେଗୁଡ଼ିକ କିପରି ସୁତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ ।
28. କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ ! [PE][PS]
29. ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
30. କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି । [PE][PS]
31. ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ । [PE][PS]
32. {ସ୍ୱର୍ଗୀୟ ଧନ} (ମାଥିଉ 6:19-21) [PS] ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ । [PE][PS]
33. ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34. କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ । [PS]
35. {ଜାଗ୍ରତ ଦାସ} [PS] ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
36. ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ । [PE][PS]
37. ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।
38. ଆଉ ସେ ଯଦି ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ । [PE][PS]
39. କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ ।
40. ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ । [PE][PS]
41. {ବିଶ୍ୱାସଯୋଗ୍ୟ ନା ଅବିଶ୍ୱାସଯୋଗ୍ୟ ଦାସ} (ମାଥିଉ 24:45-51) [PS] ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି ?
42. ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?
43. ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ ।
44. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ । [PE][PS]
45. କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
46. ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ । [PE][PS]
47. ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
48. ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ । [PE][PS]
49. {ଶାନ୍ତି ପରିବର୍ତ୍ତେ ଭେଦ} (ମାଥିଉ 10:34-36) [PS] ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କ'ଣ ବାଞ୍ଛା ?
50. ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି । [PE][PS]
51. ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କ'ଣ ତୁମ୍ଭେମାନେ ମନେ କରୁଅଛ ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି ।
52. କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।
53. ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ । (ମାଥିଉ 16:2,3) [PE][PS]
54. {ସମୟର ଲକ୍ଷଣ} [PS] ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55. ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ ।
56. ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ? (ମାଥିଉ 5:25,26) [PE][PS]
57. {ବିବାଦୀ ସହ ନିଷ୍ପତ୍ତି} [PS] ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?
58. କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ ।
59. ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ । [PE]

Notes

No Verse Added

Total 24 Chapters, Current Chapter 12 of Total Chapters 24
ଲୂକଲିଖିତ ସୁସମାଚାର 12:78
1. {କପଟତା ବିଷୟରେ ସାବଧାନ} PS ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ PEPS
2. କିନ୍ତୁ ଯାହା ପ୍ରକାଶିତ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ଯିବ, ଏପରି ଗୁପ୍ତ କିଛି ନାହିଁ,
3. ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହି ସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ PEPS
4. {ଭୟ କର} (ମାର୍କ 10:28-31) PS କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ
5. କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର PEPS
6. ପାଞ୍ଚୋଟି ଘରଚଟିଆ କ'ଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ
7. କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ (ମାଥିଉ 10:32,33; 12:32; 10:19-20) PEPS
8. {ଲୋକଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କୁ ସ୍ୱୀକାର} PS ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
9. କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ
10. ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ PEPS
11. ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
12. କାରଣ କ'ଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ PS
13. {ମୂର୍ଖ ଧନୀର ଦୃଷ୍ଟାନ୍ତ} PS ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋ'ର ଭାଇକୁ ମୋ' ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ
14. କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ମଧ୍ୟସ୍ଥ କରି ନିଯୁକ୍ତ କଲା ?
15. ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ PEPS
16. ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା
17. ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ
18. ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ସେସବୁରେ ମୋହର ଶସ୍ୟ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
19. ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; PEPS
20. କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
21. ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ PEPS
22. {ଚିନ୍ତିତ ହୁଅ} (ମାଥିଉ 6:25-34) PS ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ
23. କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ PEPS
24. କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ !
25. ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇ ପାରେ ?
26. ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ ? PEPS
27. ଫୁଲଗୁଡ଼ିକ ବିଷୟ ଭାବି ଦେଖ, ସେଗୁଡ଼ିକ କିପରି ସୁତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ଥିଲେ
28. କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ଦେବେ ! PEPS
29. ପୁଣି, କ'ଣ ଖାଇବ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
30. କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି PEPS
31. ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ PEPS
32. {ସ୍ୱର୍ଗୀୟ ଧନ} (ମାଥିଉ 6:19-21) PS ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ PEPS
33. ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34. କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ PS
35. {ଜାଗ୍ରତ ଦାସ} PS ତୁମ୍ଭମାନଙ୍କ କଟି ବନ୍ଧା ଥାଉ ପ୍ରଦୀପ ଜଳୁଥାଉ;
36. ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ PEPS
37. ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ
38. ଆଉ ସେ ଯଦି ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ PEPS
39. କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ
40. ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ PEPS
41. {ବିଶ୍ୱାସଯୋଗ୍ୟ ନା ଅବିଶ୍ୱାସଯୋଗ୍ୟ ଦାସ} (ମାଥିଉ 24:45-51) PS ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି ?
42. ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ବୁଦ୍ଧିମାନ ବେବର୍ତ୍ତା କିଏ ?
43. ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ
44. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ PEPS
45. କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
46. ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ଥିବ ଯେଉଁ ଦଣ୍ଡ ସେ ଜାଣି ଥିବ, ସେହି ଦିନ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ PEPS
47. ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ଥାଏ,
48. ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ PEPS
49. {ଶାନ୍ତି ପରିବର୍ତ୍ତେ ଭେଦ} (ମାଥିଉ 10:34-36) PS ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କ'ଣ ବାଞ୍ଛା ?
50. ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି PEPS
51. ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କ'ଣ ତୁମ୍ଭେମାନେ ମନେ କରୁଅଛ ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି
52. କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ
53. ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ (ମାଥିଉ 16:2,3) PEPS
54. {ସମୟର ଲକ୍ଷଣ} PS ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55. ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ
56. ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ? (ମାଥିଉ 5:25,26) PEPS
57. {ବିବାଦୀ ସହ ନିଷ୍ପତ୍ତି} PS ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?
58. କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ
59. ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ PE
Total 24 Chapters, Current Chapter 12 of Total Chapters 24
×

Alert

×

oriya Letters Keypad References