ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଲୂକଲିଖିତ ସୁସମାଚାର
1. {#1ମନପରିବର୍ତ୍ତନ ନଚେତ ବିନାଶ } [PS]1. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।
2. ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?
3. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ । [PE]
4. [PS]କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?
5. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ । [PE]
6. {#1ଅଫଳନ୍ତି ଡିମ୍ବିରି ବୃକ୍ଷର ଦୃଷ୍ଟାନ୍ତ } [PS]ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।
7. ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ? [PE]
8. [PS]ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9. ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ । [PE]
10. {କୁବ୍‌ଜା ସ୍ତ୍ରୀଲୋକର ସୁସ୍ଥତା } [PS]ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।
11. ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା । [PE]
12. [PS]ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
13. ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା ।
14. କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ । [PE]
15. [PS]କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?
16. ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ? [PE]
17.
18. [PS]ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ । [PE]{#1ସୋରିଷ ଦାନା ଓ ଖମୀରର ଦୃଷ୍ଟାନ୍ତ [BR](ମାଥିଉ 13:31,32; ମାର୍କ 4:30-32) } [PS]ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ?
19. ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ । [PE]
20. {#1ଖମୀର ଦୃଷ୍ଟାନ୍ତ [BR](ମାଥିଉ 13:33) } [PS]ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି ?
21. ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା । [PE]
22. {#1ସଂକୀର୍ଣ୍ଣ ଦ୍ୱାର [BR](ମାଥିଉ 7:13,14,21-23) } [PS]ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ ।
23. ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ,
24. ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ । [PE]
25. [PS]ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
26. ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27. ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ । [PE]
28. [PS]ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
29. ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ ।
30. ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ । [PE]
31. {#1ଯିରୂଶାଲମ ପ୍ରତି ଯୀଶୁଙ୍କ ପ୍ରେମ } [PS]ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।
32. ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।
33. ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ । [PE]
34. {#1ଯିରୂଶାଲମ ପ୍ରତି ବିଳାପ [BR](ମାଥିଉ 23:37-39) } [PS]ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
35. ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ । [PE]
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 24
ମନପରିବର୍ତ୍ତନ ନଚେତ ବିନାଶ 1 1 ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ । 2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ? 3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ । 4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ? 5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ । ଅଫଳନ୍ତି ଡିମ୍ବିରି ବୃକ୍ଷର ଦୃଷ୍ଟାନ୍ତ 6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ । 7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ? 8 ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି, 9 ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ । 10 {କୁବ୍‌ଜା ସ୍ତ୍ରୀଲୋକର ସୁସ୍ଥତା } ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ । 11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା । 12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ । 13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା । 14 କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ । 15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ? 16 ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ? 17 18 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ । ସୋରିଷ ଦାନା ଓ ଖମୀରର ଦୃଷ୍ଟାନ୍ତ
(ମାଥିଉ 13:31,32; ମାର୍କ 4:30-32)
ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ? 19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ । ଖମୀର ଦୃଷ୍ଟାନ୍ତ
(ମାଥିଉ 13:33)

20 ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି ? 21 ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା । ସଂକୀର୍ଣ୍ଣ ଦ୍ୱାର
(ମାଥିଉ 7:13,14,21-23)

22 ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ । 23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ, 24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ । 25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ । 26 ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ; 27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ । 28 ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ । 29 ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ । 30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ । ଯିରୂଶାଲମ ପ୍ରତି ଯୀଶୁଙ୍କ ପ୍ରେମ 31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି । 32 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି । 33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ । ଯିରୂଶାଲମ ପ୍ରତି ବିଳାପ
(ମାଥିଉ 23:37-39)

34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ । 35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 24
×

Alert

×

Oriya Letters Keypad References