ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
1. {ମନପରିବର୍ତ୍ତନ ନଚେତ ବିନାଶ} [PS] 1. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।
2. ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?
3. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ । [PE][PS]
4. କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?
5. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ । [PS]
6. {ଅଫଳନ୍ତି ଡିମ୍ବିରି ବୃକ୍ଷର ଦୃଷ୍ଟାନ୍ତ} [PS] ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।
7. ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ? [PE][PS]
8. ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9. ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ । କୁବ୍‌ଜା ସ୍ତ୍ରୀଲୋକର ସୁସ୍ଥତା [PE][PS]
10. ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।
11. ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା । [PE][PS]
12. ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
13. ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା ।
14. କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ । [PE][PS]
15. କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?
16. ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ? [PE][PS]
17. ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ । (ମାଥିଉ 13:31,32; ମାର୍କ 4:30-32) [PE][PS]
18. {ସୋରିଷ ଦାନା ଓ ଖମୀରର ଦୃଷ୍ଟାନ୍ତ} [PS] ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ?
19. ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ । [PE][PS]
20. {ଖମୀର ଦୃଷ୍ଟାନ୍ତ} (ମାଥିଉ 13:33) [PS] ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି ?
21. ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା । (ମାଥିଉ 7:13,14,21-23) [PE][PS]
22. {ସଂକୀର୍ଣ୍ଣ ଦ୍ୱାର} [PS] ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ ।
23. ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ,
24. ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ । [PE][PS]
25. ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
26. ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27. ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ । [PE][PS]
28. ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
29. ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ ।
30. ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ । [PS]
31. {ଯିରୂଶାଲମ ପ୍ରତି ଯୀଶୁଙ୍କ ପ୍ରେମ} [PS] ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।
32. ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।
33. ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ । [PE][PS]
34. {ଯିରୂଶାଲମ ପ୍ରତି ବିଳାପ} (ମାଥିଉ 23:37-39) [PS] ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
35. ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ । [PE]

Notes

No Verse Added

Total 24 Chapters, Current Chapter 13 of Total Chapters 24
ଲୂକଲିଖିତ ସୁସମାଚାର 13:5
1. {ମନପରିବର୍ତ୍ତନ ନଚେତ ବିନାଶ} PS 1. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ
2. ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?
3. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ PEPS
4. କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?
5. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ PS
6. {ଅଫଳନ୍ତି ଡିମ୍ବିରି ବୃକ୍ଷର ଦୃଷ୍ଟାନ୍ତ} PS ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ
7. ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ? PEPS
8. ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9. ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ କୁବ୍‌ଜା ସ୍ତ୍ରୀଲୋକର ସୁସ୍ଥତା PEPS
10. ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ
11. ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ଥିଲା PEPS
12. ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ
13. ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା
14. କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ PEPS
15. କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?
16. ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ଥିଲା ? PEPS
17. ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ (ମାଥିଉ 13:31,32; ମାର୍କ 4:30-32) PEPS
18. {ସୋରିଷ ଦାନା ଖମୀରର ଦୃଷ୍ଟାନ୍ତ} PS ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ?
19. ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ PEPS
20. {ଖମୀର ଦୃଷ୍ଟାନ୍ତ} (ମାଥିଉ 13:33) PS ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି ?
21. ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା (ମାଥିଉ 7:13,14,21-23) PEPS
22. {ସଂକୀର୍ଣ୍ଣ ଦ୍ୱାର} PS ଏହାପରେ ସେ ନଗରେ ନଗରେ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ
23. ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ,
24. ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ PEPS
25. ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ
26. ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27. ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ PEPS
28. ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଦାନ୍ତର କିଡ଼ିମିଡ଼ି ହେବ
29. ପୁଣି, ପୂର୍ବ ପଶ୍ଚିମ, ଉତ୍ତର ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ
30. ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ PS
31. {ଯିରୂଶାଲମ ପ୍ରତି ଯୀଶୁଙ୍କ ପ୍ରେମ} PS ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି
32. ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି କାଲି ଭୂତ ଛଡ଼ାଉଅଛି ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି
33. ଯାହା ହେଉ, ଆଜି, କାଲି ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ PEPS
34. {ଯିରୂଶାଲମ ପ୍ରତି ବିଳାପ} (ମାଥିଉ 23:37-39) PS ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ
35. ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ PE
Total 24 Chapters, Current Chapter 13 of Total Chapters 24
×

Alert

×

oriya Letters Keypad References